ମନୋରଞ୍ଜନ
ଓଡ଼ିଶା
ଆଜିଠୁ ଅତି ପ୍ରବଳ ବର୍ଷା : ୨୩ ଜିଲ୍ଲାକୁ ପାଣିପାଗ ବିଭାଗର ସତର୍କତା
ଭୁବନେଶ୍ୱର : ରାଜ୍ୟରେ ଆଜିଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିନେଇ ଅଧିକାଂଶ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷକରି ଦକ୍ଷିଣ-ପଶ୍ଚିମ ଉତ୍ତରପ୍ରଦେଶରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଥିବା ଟ୍ରଫ୍ଲାଇନ୍ ଏବେ ଉତ୍ତର ହରିୟାଣାରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଦକ୍ଷିଣ ଉତ୍ତରପ୍ରଦେଶ ଦେଇ ଗତି କରୁଛି। ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଏବଂ ପଡେ଼ାଶୀ ଝାଡ଼ଖଣ୍ଡ, ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ପରିସର ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ଉପରେ ରହିଛି। ଏହା […]
ଭୁବନେଶ୍ୱର : ରାଜ୍ୟରେ ଆଜିଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିନେଇ ଅଧିକାଂଶ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷକରି ଦକ୍ଷିଣ-ପଶ୍ଚିମ ଉତ୍ତରପ୍ରଦେଶରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଥିବା ଟ୍ରଫ୍ଲାଇନ୍ ଏବେ ଉତ୍ତର ହରିୟାଣାରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ଦକ୍ଷିଣ ଉତ୍ତରପ୍ରଦେଶ ଦେଇ ଗତି କରୁଛି। ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଏବଂ ପଡେ଼ାଶୀ ଝାଡ଼ଖଣ୍ଡ, ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ପରିସର ସମୁଦ୍ର ପତ୍ତନଠାରୁ ୦.୯ କିଲୋମିଟର ଉପରେ ରହିଛି। ଏହା ପ୍ରଭାରେ ଓଡ଼ିଶାରେ ବର୍ଷା ବୃଦ୍ଧି ପାଇବ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଗାମୀ ୨୪ ଘଣ୍ଟା ଭିତରେ ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ଦେବଗଡ଼, ବୌଦ୍ଧ,ସମ୍ୱଲପୁର, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଝାରସୁଗୁଡା ଓ ସୁନ୍ଦରଗଡ଼ ଜିଲ୍ଲାରେ ହାଲୁକା ବର୍ଷା ସହ ପ୍ରବଳ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏସବୁ ଜିଲ୍ଲାରେ ପବନର ଘଣ୍ଟାପ୍ରତି ବେଗ ୩୦-୪୦ କିମି ରହିବ। ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ କଟକ, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୋଳ, ଦେବଗଡ଼, ବରଗଡ଼, ଯାଜପୁର, ବୌଦ୍ଧ, ସମ୍ୱଲପୁର, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୪ ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ୱଲପୁର, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୧୫ ତାରିଖ ପାଇଁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ୱଲପୁର, ବରଗଡ଼ ଓ ଝାରସୁଗୁଡା ଜିଲ୍ଲାକୁ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ୧୬ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ହାଲୁକା ବର୍ଷା ସହ ବଜ୍ରପାତ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି।
ଗତ ୨୪ଘଣ୍ଟାରେ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୬.୬୭ ସେଲସିୟସ୍ ଏବଂ ସର୍ବନିମ୍ନ ତାପମାତ୍ରା ସମତଳ ଅଞ୍ଚଳରେ ନବରଙ୍ଗପୁରରେ ୦.୮ ସେଲସିୟସ୍ ରେକର୍ଡ କରାଯାଇଛି। ସେହିପରି ନୟାଗଡ଼ ରଣପୁର ୫୮.୬ମିମି, କଟକ ବାଙ୍କୀ ୫୫.୦ ମିମି., ଖୋର୍ଦ୍ଧା ବୋଲଗଡ଼ ୫୨.୦ ମିମି ବର୍ଷା ରେକର୍ଡ ହୋଇଛି। ଟ୍ୱିନିସିଟିରେ ତାପମାତ୍ରାରେ ବୃଦ୍ଧି ପାଇଛି। ଆଜି କଟକରେ ୩୫ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଭୁବନେଶ୍ୱରରେ ୩୬ ଡିଗ୍ରୀ ରହିଛି।






