ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ

ଭୁବନେଶ୍ୱର: ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ ଆସନ୍ତା ଜୁଲାଇ ୯ ତାରିଖରେ ଦିନିକିଆ ଗସ୍ତରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଏହି ଗସ୍ତକୁ ନେଇ ରାଜ୍ୟ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ନିଜର ଏହି ଦିନିକିଆ ଗସ୍ତ ସମୟରେ ଉପରାଷ୍ଟ୍ରପତି ଭୁବନେଶ୍ୱର ସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ଏହା ବ୍ୟତୀତ ସେ ରାଜ୍ୟ ରାଜଧାନୀରେ ଆୟୋଜିତ ହେବାକୁ ଥିବା ଅନ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ସରକାରୀ ଏବଂ ସାମାଜିକ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି। ଏହି ଅବସରରେ ସେ ରାଜ୍ୟର କିଛି ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ଉପରାଷ୍ଟ୍ରପତିଙ୍କ ଏହି ହାଇ-ପ୍ରୋଫାଇଲ୍ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। 

About The Author: Madhusudan Das