ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ

The Sakala Picture
Published On

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ । ଏପ୍ରିଲ ୨ ଅର୍ଥାତ ଆସନ୍ତାକାଲି ସେ ଓଡ଼ିଶାରେ ପହଞ୍ଚିବେ । ଏହି ଗସ୍ତ ଅବସରରେ ଉପରାଷ୍ଟ୍ରତି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି । ଏହାଛଡ଼ା କଟକ ସ୍ଥିତ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ […]

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ । ଏପ୍ରିଲ ୨ ଅର୍ଥାତ ଆସନ୍ତାକାଲି ସେ ଓଡ଼ିଶାରେ ପହଞ୍ଚିବେ । ଏହି ଗସ୍ତ ଅବସରରେ ଉପରାଷ୍ଟ୍ରତି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: ଇରାନ-ଇସ୍ରାଏଲ ଯୁଦ୍ଧର ପ୍ରଭାବ: ଦୁବାଇରେ ଫସିଛନ୍ତି ବହୁ ଓଡ଼ିଆ ଶ୍ରମିକ

ଏହାଛଡ଼ା କଟକ ସ୍ଥିତ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରତି ଭେଙ୍କିୟା ନାଇଡୁ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ ଜିଲ୍ଲା ପ୍ରଶାସନ ଏବଂ ପୁଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ; ପ୍ରଥମେଶ ଅରବିନ୍ଦ ରାଜସିର୍କେଙ୍କୁ ମାଲକାନଗିରି ଜିଲ୍ଲାପାଳ ଦାୟିତ୍ୱ

ପୂର୍ବ ନିର୍ଦ୍ଧାରିତ କାର୍ଯ୍ଯକ୍ରମ ଅନୁଯାୟୀ, ଉପରାଷ୍ଟ୍ରତି ଆସନ୍ତାକାଲି ପୂର୍ବାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ସେହିଦିନ ଅପରାହ୍ଣ ସାଢ଼େ ୫ଟାରେ କଟକ ଯିବେ । ସେଠାରେ ବିଜୁ ପଟ୍ଟନାୟକ ଛକ ଠାରେ ଥିବା ସାରଳା ଭବନ ପରିସରରେ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ଏବଂ ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଉପରାଷ୍ଟ୍ରତି ଭେଙ୍କିୟା ନାଇଡୁ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି ।

ଆହୁରି ପଢ଼ନ୍ତୁ: କାଲି ନିଜ ଜନ୍ମକଲା ୨ ଶିଶୁଙ୍କୁ କୂଅରେ ପକାଇ ହତ୍ୟା କରିଥିଲା, ଆଜି ନିଜେ ଆତ୍ମହତ୍ୟା କଲା ମାଆ

ଏହାପରେ ଏପ୍ରିଲ ୩ ତାରିଖ, ଶନିବାର ପୂର୍ବାହ୍ନ ସାଢ଼େ ୧୦ଟାରେ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରତି । ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରିବେ ।

01 Apr 2021 By The Sakala

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ

ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ । ଏପ୍ରିଲ ୨ ଅର୍ଥାତ ଆସନ୍ତାକାଲି ସେ ଓଡ଼ିଶାରେ ପହଞ୍ଚିବେ । ଏହି ଗସ୍ତ ଅବସରରେ ଉପରାଷ୍ଟ୍ରତି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି ।

ଏହାଛଡ଼ା କଟକ ସ୍ଥିତ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରତି ଭେଙ୍କିୟା ନାଇଡୁ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ ଜିଲ୍ଲା ପ୍ରଶାସନ ଏବଂ ପୁଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ଯକ୍ରମ ଅନୁଯାୟୀ, ଉପରାଷ୍ଟ୍ରତି ଆସନ୍ତାକାଲି ପୂର୍ବାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ସେହିଦିନ ଅପରାହ୍ଣ ସାଢ଼େ ୫ଟାରେ କଟକ ଯିବେ । ସେଠାରେ ବିଜୁ ପଟ୍ଟନାୟକ ଛକ ଠାରେ ଥିବା ସାରଳା ଭବନ ପରିସରରେ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ଏବଂ ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଉପରାଷ୍ଟ୍ରତି ଭେଙ୍କିୟା ନାଇଡୁ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି ।

ଏହାପରେ ଏପ୍ରିଲ ୩ ତାରିଖ, ଶନିବାର ପୂର୍ବାହ୍ନ ସାଢ଼େ ୧୦ଟାରେ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରତି । ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର