ଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ
ସ୍ୱର ହୁଅ: ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ବିଜୁ ଜନତା ଦଳର ମାନ୍ୟବର ସଭାପତି ତଥା ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରି ବିଧାୟକ ତଥା ଦଳର ଉପସଭାପତି ଡ଼ ଅରୁଣ ସାହୁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଆଗାମୀ ଦିନରେ ବିଜେଡି ରାଜରାସ୍ତାକୁ ଓହ୍ଲାଇବା ସହ ରାଜ୍ୟବାସୀଙ୍କ ସ୍ୱର ହିସାବରେ ତୀବ୍ର ଲଢେଇ କରିବ। ଆଜି ଅପରାହ୍ନରେ ଡ଼ ଅରୁଣ ସାହୁଙ୍କ ସହିତ ଦଳର ବରିଷ୍ଠ ନେତା  […]

ଭୁବନେଶ୍ୱର: ବିଜୁ ଜନତା ଦଳର ମାନ୍ୟବର ସଭାପତି ତଥା ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରି ବିଧାୟକ ତଥା ଦଳର ଉପସଭାପତି ଡ଼ ଅରୁଣ ସାହୁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଆଗାମୀ ଦିନରେ ବିଜେଡି ରାଜରାସ୍ତାକୁ ଓହ୍ଲାଇବା ସହ ରାଜ୍ୟବାସୀଙ୍କ ସ୍ୱର ହିସାବରେ ତୀବ୍ର ଲଢେଇ କରିବ।

ଆହୁରି ପଢ଼ନ୍ତୁ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ଜଳ ସଂପଦ ବିଭାଗର ୩ ଇଂଜିନିୟର ସସ୍‌ପେଣ୍ଡ

ଆଜି ଅପରାହ୍ନରେ ଡ଼ ଅରୁଣ ସାହୁଙ୍କ ସହିତ ଦଳର ବରିଷ୍ଠ ନେତା  ଚିରଞ୍ଜୀବ ବିଶ୍ୱାଳ, ଭୃଗୁ ବକ୍ସିପାତ୍ର, ଡ଼ ଲେନିନ ମହାନ୍ତି, ପ୍ରଫୁଲ୍ଲ ସିଂ, ରଘୁନାଥ ସାହୁ, ମହମ୍ମଦ ସକିଲ, ଲୋରା ମହାପାତ୍ର, ନବୀନ ନିବାସରେ ଦଳର ସଭାପତି  ନବୀନ ପଟ୍ଟନାୟକଙ୍କ ସହ ପ୍ରତ୍ୟେକ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଫଳତା ଓ ଜନବିରୋଧୀ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ନିଜକୁ ଲୋକଙ୍କ ସରକାର କହୁଥିବା ବିଜେପି କ୍ଷମତାକୁ ଆସିବା ପରଠାରୁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଚାଷୀ ସାର ପାଉନଥିବା ବେଳେ ବ୍ୟାପକ କଳାବଜାରୀକୁ ପ୍ରୋତ୍ସାହନ ଦେଉଛନ୍ତି ସରକାର। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଲୋକେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ମହିଳା ସୁରକ୍ଷାକୁ ନେଇ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେଉଥିବା ବେଳେ ସରକାର କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବିକାଶମୂଳକ କାର୍ଯ୍ୟ ଠପ୍‌ ହୋଇଯାଇଛି। ଓଡିଆ ଅସ୍ମିତାର ନାରାଦେଇ ସରକାରକୁ ଆସିଥିବା ବିଜେପି, ପ୍ରତ୍ୟେକ ଦିନ ଓଡ଼ିଆ ଅସ୍ମିତାକୁ କୁଠାରଘାତ କରୁଛି। ଆଗାମୀ ଦିନରେ ରାଜ୍ୟବାସୀଙ୍କ ସ୍ୱର ହିସାବରେ ବିଜୁ ଜନତା ଦଳ ବିଜେପି ସରକାରଙ୍କ ପ୍ରତ୍ୟେକ ଜନବିରୋଧୀ କାର୍ଯ୍ୟକୁ ତୀବ୍ର ବିରୋଧ କରିବ ବୋଲି ଡ଼ ସାହୁ କହିଥିଲେ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଥିଲେ ଯେ, ୨୦୨୭ ପଞ୍ଚାୟତ ନିର୍ବାଚନ ଓ ୨୦୨୯ ସାଧାରଣ ନିର୍ବାଚନରେ ଦଳ ନିଶ୍ଚିତ ବିଜୟ ହାସଲ କରିବ।

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

01 Sep 2025 By The Sakala

ଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ
ସ୍ୱର ହୁଅ: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବିଜୁ ଜନତା ଦଳର ମାନ୍ୟବର ସଭାପତି ତଥା ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରି ବିଧାୟକ ତଥା ଦଳର ଉପସଭାପତି ଡ଼ ଅରୁଣ ସାହୁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଆଗାମୀ ଦିନରେ ବିଜେଡି ରାଜରାସ୍ତାକୁ ଓହ୍ଲାଇବା ସହ ରାଜ୍ୟବାସୀଙ୍କ ସ୍ୱର ହିସାବରେ ତୀବ୍ର ଲଢେଇ କରିବ।

ଆଜି ଅପରାହ୍ନରେ ଡ଼ ଅରୁଣ ସାହୁଙ୍କ ସହିତ ଦଳର ବରିଷ୍ଠ ନେତା  ଚିରଞ୍ଜୀବ ବିଶ୍ୱାଳ, ଭୃଗୁ ବକ୍ସିପାତ୍ର, ଡ଼ ଲେନିନ ମହାନ୍ତି, ପ୍ରଫୁଲ୍ଲ ସିଂ, ରଘୁନାଥ ସାହୁ, ମହମ୍ମଦ ସକିଲ, ଲୋରା ମହାପାତ୍ର, ନବୀନ ନିବାସରେ ଦଳର ସଭାପତି  ନବୀନ ପଟ୍ଟନାୟକଙ୍କ ସହ ପ୍ରତ୍ୟେକ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଫଳତା ଓ ଜନବିରୋଧୀ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ନିଜକୁ ଲୋକଙ୍କ ସରକାର କହୁଥିବା ବିଜେପି କ୍ଷମତାକୁ ଆସିବା ପରଠାରୁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଚାଷୀ ସାର ପାଉନଥିବା ବେଳେ ବ୍ୟାପକ କଳାବଜାରୀକୁ ପ୍ରୋତ୍ସାହନ ଦେଉଛନ୍ତି ସରକାର। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଲୋକେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ମହିଳା ସୁରକ୍ଷାକୁ ନେଇ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେଉଥିବା ବେଳେ ସରକାର କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବିକାଶମୂଳକ କାର୍ଯ୍ୟ ଠପ୍‌ ହୋଇଯାଇଛି। ଓଡିଆ ଅସ୍ମିତାର ନାରାଦେଇ ସରକାରକୁ ଆସିଥିବା ବିଜେପି, ପ୍ରତ୍ୟେକ ଦିନ ଓଡ଼ିଆ ଅସ୍ମିତାକୁ କୁଠାରଘାତ କରୁଛି। ଆଗାମୀ ଦିନରେ ରାଜ୍ୟବାସୀଙ୍କ ସ୍ୱର ହିସାବରେ ବିଜୁ ଜନତା ଦଳ ବିଜେପି ସରକାରଙ୍କ ପ୍ରତ୍ୟେକ ଜନବିରୋଧୀ କାର୍ଯ୍ୟକୁ ତୀବ୍ର ବିରୋଧ କରିବ ବୋଲି ଡ଼ ସାହୁ କହିଥିଲେ।

ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଥିଲେ ଯେ, ୨୦୨୭ ପଞ୍ଚାୟତ ନିର୍ବାଚନ ଓ ୨୦୨୯ ସାଧାରଣ ନିର୍ବାଚନରେ ଦଳ ନିଶ୍ଚିତ ବିଜୟ ହାସଲ କରିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର