ଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ
ସ୍ୱର ହୁଅ: ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ୱର: ବିଜୁ ଜନତା ଦଳର ମାନ୍ୟବର ସଭାପତି ତଥା ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରି ବିଧାୟକ ତଥା ଦଳର ଉପସଭାପତି ଡ଼ ଅରୁଣ ସାହୁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଆଗାମୀ ଦିନରେ ବିଜେଡି ରାଜରାସ୍ତାକୁ ଓହ୍ଲାଇବା ସହ ରାଜ୍ୟବାସୀଙ୍କ ସ୍ୱର ହିସାବରେ ତୀବ୍ର ଲଢେଇ କରିବ। ଆଜି ଅପରାହ୍ନରେ ଡ଼ ଅରୁଣ ସାହୁଙ୍କ ସହିତ ଦଳର ବରିଷ୍ଠ ନେତା  […]

ଭୁବନେଶ୍ୱର: ବିଜୁ ଜନତା ଦଳର ମାନ୍ୟବର ସଭାପତି ତଥା ବିରୋଧୀ ଦଳ ନେତା  ନବୀନ ପଟ୍ଟନାୟକଙ୍କ ସହ ରାଜ୍ୟର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ବିସ୍ତୃତ ଆଲୋଚନା କରି ବିଧାୟକ ତଥା ଦଳର ଉପସଭାପତି ଡ଼ ଅରୁଣ ସାହୁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଆଗାମୀ ଦିନରେ ବିଜେଡି ରାଜରାସ୍ତାକୁ ଓହ୍ଲାଇବା ସହ ରାଜ୍ୟବାସୀଙ୍କ ସ୍ୱର ହିସାବରେ ତୀବ୍ର ଲଢେଇ କରିବ।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

ଆଜି ଅପରାହ୍ନରେ ଡ଼ ଅରୁଣ ସାହୁଙ୍କ ସହିତ ଦଳର ବରିଷ୍ଠ ନେତା  ଚିରଞ୍ଜୀବ ବିଶ୍ୱାଳ, ଭୃଗୁ ବକ୍ସିପାତ୍ର, ଡ଼ ଲେନିନ ମହାନ୍ତି, ପ୍ରଫୁଲ୍ଲ ସିଂ, ରଘୁନାଥ ସାହୁ, ମହମ୍ମଦ ସକିଲ, ଲୋରା ମହାପାତ୍ର, ନବୀନ ନିବାସରେ ଦଳର ସଭାପତି  ନବୀନ ପଟ୍ଟନାୟକଙ୍କ ସହ ପ୍ରତ୍ୟେକ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଫଳତା ଓ ଜନବିରୋଧୀ କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ନିଜକୁ ଲୋକଙ୍କ ସରକାର କହୁଥିବା ବିଜେପି କ୍ଷମତାକୁ ଆସିବା ପରଠାରୁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ଚାଷୀ ସାର ପାଉନଥିବା ବେଳେ ବ୍ୟାପକ କଳାବଜାରୀକୁ ପ୍ରୋତ୍ସାହନ ଦେଉଛନ୍ତି ସରକାର। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଲୋକେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ମହିଳା ସୁରକ୍ଷାକୁ ନେଇ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ନିନ୍ଦିତ ହେଉଥିବା ବେଳେ ସରକାର କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇଛନ୍ତି। ପ୍ରତ୍ୟେକ କ୍ଷେତ୍ରରେ ବିକାଶମୂଳକ କାର୍ଯ୍ୟ ଠପ୍‌ ହୋଇଯାଇଛି। ଓଡିଆ ଅସ୍ମିତାର ନାରାଦେଇ ସରକାରକୁ ଆସିଥିବା ବିଜେପି, ପ୍ରତ୍ୟେକ ଦିନ ଓଡ଼ିଆ ଅସ୍ମିତାକୁ କୁଠାରଘାତ କରୁଛି। ଆଗାମୀ ଦିନରେ ରାଜ୍ୟବାସୀଙ୍କ ସ୍ୱର ହିସାବରେ ବିଜୁ ଜନତା ଦଳ ବିଜେପି ସରକାରଙ୍କ ପ୍ରତ୍ୟେକ ଜନବିରୋଧୀ କାର୍ଯ୍ୟକୁ ତୀବ୍ର ବିରୋଧ କରିବ ବୋଲି ଡ଼ ସାହୁ କହିଥିଲେ।

ଆହୁରି ପଢ଼ନ୍ତୁ: ରେଳଧାରଣାରୁ ପୋଲିସ ASIଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି କହିଥିଲେ ଯେ, ୨୦୨୭ ପଞ୍ଚାୟତ ନିର୍ବାଚନ ଓ ୨୦୨୯ ସାଧାରଣ ନିର୍ବାଚନରେ ଦଳ ନିଶ୍ଚିତ ବିଜୟ ହାସଲ କରିବ।

ଆହୁରି ପଢ଼ନ୍ତୁ: ବାତ୍ୟା ଆଶଙ୍କା: ଅକ୍ଟୋବର ୨୮ ଓ ୨୯ ତାରିଖରେ ରାଜ୍ୟର ୫ଟି ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର