ଭିସୁଟର ୨୫ ଛାତ୍ର କରୋନା ପଜିଟିଭ୍

The Sakala Picture
Published On

ସମ୍ବଲପୁର: ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଗତକାଲି ୨୪ ଜଣଙ୍କୁ ଚିହ୍ନଟ କରାଯାଇଥିଲା। ଆଜି ଆଉ ଜଣଙ୍କୁ ଚିହ୍ନଟ କରାଯାଇଛି। କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ହଷ୍ଟେଲ ଯାଇ ସ୍ଥିତି ପରଖିଛନ୍ତି ଜିଲ୍ଲାପାଳ ଓ ପିଡି ଡିଆରଡିଏ। ୨୫ ଜଣ ଛାତ୍ର ଚିହ୍ନଟ ହେବା ପରେ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ସେମାନଙ୍କ ଠାରୁ ଆଉ କୌଣସି ଛାତ୍ର କିମ୍ବା […]

ସମ୍ବଲପୁର: ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଗତକାଲି ୨୪ ଜଣଙ୍କୁ ଚିହ୍ନଟ କରାଯାଇଥିଲା। ଆଜି ଆଉ ଜଣଙ୍କୁ ଚିହ୍ନଟ କରାଯାଇଛି। କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ହଷ୍ଟେଲ ଯାଇ ସ୍ଥିତି ପରଖିଛନ୍ତି ଜିଲ୍ଲାପାଳ ଓ ପିଡି ଡିଆରଡିଏ। ୨୫ ଜଣ ଛାତ୍ର ଚିହ୍ନଟ ହେବା ପରେ ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ସେମାନଙ୍କ ଠାରୁ ଆଉ କୌଣସି ଛାତ୍ର କିମ୍ବା ଆଉ କିଏ ଯେପରି ସଂକ୍ରମିତ ନହୁନ୍ତି ସେଥିପ୍ରତି ଧ୍ୟାନ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

ସୂଚନା ଅନୁଯାୟୀ, ୨ ଦିନ ଭିତରେ ୩ଟି ହଷ୍ଟେଲରୁ ୨୫ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍ ସସପେଣ୍ଡ ହୋଇଛି । ବର୍ତ୍ତମାନ ଭିସୁଟ୍‌ରେ ଅଫ୍‌ଲାଇନ୍‌ ପରୀକ୍ଷା ଜାରି ରହିଛି। ଏହାରି ମଧ୍ୟରେ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ ହେବା କର୍ତ୍ତୃପକ୍ଷଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି ।

ଆହୁରି ପଢ଼ନ୍ତୁ: ଚାକିରି ବାହାନାରେ ଡାକି ଯୁବତୀଙ୍କୁ ଦୁଷ୍କର୍ମ, ପୁଲିସର ଚଢ଼ଉ; ପ୍ରେମୀ ଯୁଗଳଙ୍କ ସହ ୩ ଅଟକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର