ଭିସୁଟ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲାରେ ଆସିଲା ଡାଏଟମ ରିପୋର୍ଟ, ଭିସେରା ରିପୋର୍ଟକୁ ଅପେକ୍ଷା

The Sakala Picture
Published On

ସମ୍ବଲପୁର: ଭିସୁଟ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲାରେ ଆସିଲା ଡାଏଟମ ରିପୋର୍ଟ । ଚିନ୍ମୟୀ ପ୍ରିୟଦର୍ଶିନୀଙ୍କୁ ହତ୍ୟା କରାଯାଇନି ବରଂ ପାଣିରେ ବୁଡ଼ି ତାଙ୍କ ମୃତ୍ୟୁ ହୋଇଥିବା ଡାଏଟମ୍ ଟେଷ୍ଟ ରିପୋର୍ଟରେ ଉଲ୍ଲେଖ ରହିଛି । ବ୍ୟବଚ୍ଛେଦ ରିପୋର୍ଟ ଯାହା ବୟାନ କରୁଥିଲା ଡାଏଟମ୍ ଟେଷ୍ଟ ରିପୋର୍ଟରେ ବି ସମାନ ତଥ୍ୟ ଉଲ୍ଲେଖ ଅଛି । ଏବେ ଭିସେରା ରିପୋର୍ଟକୁ ଅପେକ୍ଷା କରିଛି ପୋଲିସ । ତେବେ ଚିନ୍ମୟୀ ଆତ୍ମହତ୍ୟା କରିଛନ୍ତି ନା ଏଥିପାଇଁ କିଏ ତାଙ୍କୁ […]

ସମ୍ବଲପୁର: ଭିସୁଟ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲାରେ ଆସିଲା ଡାଏଟମ ରିପୋର୍ଟ । ଚିନ୍ମୟୀ ପ୍ରିୟଦର୍ଶିନୀଙ୍କୁ ହତ୍ୟା କରାଯାଇନି ବରଂ ପାଣିରେ ବୁଡ଼ି ତାଙ୍କ ମୃତ୍ୟୁ ହୋଇଥିବା ଡାଏଟମ୍ ଟେଷ୍ଟ ରିପୋର୍ଟରେ ଉଲ୍ଲେଖ ରହିଛି । ବ୍ୟବଚ୍ଛେଦ ରିପୋର୍ଟ ଯାହା ବୟାନ କରୁଥିଲା ଡାଏଟମ୍ ଟେଷ୍ଟ ରିପୋର୍ଟରେ ବି ସମାନ ତଥ୍ୟ ଉଲ୍ଲେଖ ଅଛି । ଏବେ ଭିସେରା ରିପୋର୍ଟକୁ ଅପେକ୍ଷା କରିଛି ପୋଲିସ । ତେବେ ଚିନ୍ମୟୀ ଆତ୍ମହତ୍ୟା କରିଛନ୍ତି ନା ଏଥିପାଇଁ କିଏ ତାଙ୍କୁ ଉସୁକାଇଛି ସେ ଦିଗରେ ତଦନ୍ତ ଚାଲିଛି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ସୂଚନାଯୋଗ୍ୟ, ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି(ଭିସୁଟର) ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାକୁ ଯାଇଥିବା ଚିନ୍ମୟୀଙ୍କର ଅକାଳ ମୃତ୍ୟୁ ହୋଇଥିଲା। ବହୁ ଖୋଜାଖୋଜି ପରେ ପାୱାର ଚ୍ୟାନେଲ ବ୍ରିଜରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଚିନ୍ମୟୀଙ୍କ ସହ ଉକ୍ତ ସମୟରେ ତାଙ୍କ ବନ୍ଧୁ ପ୍ରିତୀମାନ ଥିବାରୁ ଝିଅ ମୃତ୍ୟୁ ପଛରେ ତାଙ୍କ ହାତ ଥିବା ସନ୍ଦେହ କରିଥିଲେ ତାଙ୍କ ବାପାମା’ ।

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର