କୁହୁଡ଼ି ପାଇଁ ୧୦ରୁ ଉର୍ଦ୍ଧ୍ବ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ସାମାନ୍ୟ ଶୀତ କମିଛି ।  ଅସହ୍ୟଜାଡରେ ସାମାନ୍ୟ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି  । ହେଲେ  ଆସନ୍ତା‌ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୦ରୁ ଉର୍ଦ୍ଧ୍ବ ଜିଲ୍ଲାକୁ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲେ- ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, […]

ଭୁବନେଶ୍ବର: ସାମାନ୍ୟ ଶୀତ କମିଛି ।  ଅସହ୍ୟଜାଡରେ ସାମାନ୍ୟ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି  । ହେଲେ  ଆସନ୍ତା‌ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୦ରୁ ଉର୍ଦ୍ଧ୍ବ ଜିଲ୍ଲାକୁ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା

ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲେ- ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି,ମୟୁରଭଞ୍ଜ ଓ କୋରାପୁଟ ରହିଛି। ଏଥିସହିତ ଅଭ୍ୟାନ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ବିଜେପି ନେତାଙ୍କ ମନ୍ତବ୍ୟକୁ ବିଜେଡିର କଡ଼ା ବିରୋଧ: ନବୀନଙ୍କ ବୟସକୁ ନେଇ ଆକ୍ଷେପ ବିକୃତ ମାନସିକତା

ଏତଦ ବ୍ୟତୀତ ଡିସେମ୍ବର ୨୭ରୁ ୨୮ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବଡ଼ ପ୍ରସ୍ତୁତି, ମୁତୟନ ହେବେ ୨୦୫ ଟିମ୍

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର