ପଦ୍ମପୁରକୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ପାଇଁ ପ୍ରୟାସ ଜାରି ରହିଛି, ମୁଖ୍ୟମନ୍ତ୍ରୀ ମଧ୍ୟ କ୍ରିୟାନୁଷ୍ଠାନ କମିଟିକୁ ପ୍ରତିଶ୍ରୁତି ଦେଇଛନ୍ତି : ସୁଶାନ୍ତ ସିଂ
ଭୁବନେଶ୍ୱର : ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ପାଇଁ ବିଜୁ ଜନତା ଦଳର ପୂର୍ଣ୍ଣ ସମର୍ଥନ ରହିଛି। ଏହି ଦାବି ପୂରଣ ପାଇଁ ଗଠିତ କ୍ରିୟାନୁଷ୍ଠାନ କମିଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମଧ୍ୟ ଯୁକ୍ତିଯୁକ୍ତ ଦାବିକୁ ଶୁଣିବା ସହିତ ସକରାତ୍ମକ ଆଲୋଚନା କରିଥିବା କହିଛନ୍ତି ବିଜେଡିର ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂହ। ଶ୍ରୀ ସିଂହ କହିଛନ୍ତି ଯେ ପଦ୍ମପୁରକୁ ଜିଲ୍ଲା ଗଠନ ପାଇଁ ଥିବା କ୍ରିୟାନୁଷ୍ଠାନ କମିଟି […]
ଭୁବନେଶ୍ୱର : ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ପାଇଁ ବିଜୁ ଜନତା ଦଳର ପୂର୍ଣ୍ଣ ସମର୍ଥନ ରହିଛି। ଏହି ଦାବି ପୂରଣ ପାଇଁ ଗଠିତ କ୍ରିୟାନୁଷ୍ଠାନ କମିଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମଧ୍ୟ ଯୁକ୍ତିଯୁକ୍ତ ଦାବିକୁ ଶୁଣିବା ସହିତ ସକରାତ୍ମକ ଆଲୋଚନା କରିଥିବା କହିଛନ୍ତି ବିଜେଡିର ପୂର୍ବତନ ମନ୍ତ୍ରୀ ତଥା ଭଟଲି ବିଧାୟକ ସୁଶାନ୍ତ ସିଂହ।
ଶ୍ରୀ ସିଂହ କହିଛନ୍ତି ଯେ ପଦ୍ମପୁରକୁ ଜିଲ୍ଲା ଗଠନ ପାଇଁ ଥିବା କ୍ରିୟାନୁଷ୍ଠାନ କମିଟି ତାଙ୍କ ନେତୃତ୍ୱରେ ଯାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ଭେଟିବା ସହିତ ଏ ସଂକ୍ରାନ୍ତରେ ଆଲୋଚନା କରିଥିଲେ। ଭୌଗଳିକ ସ୍ଥିତି ଦୃଷ୍ଟିରୁ ପଦ୍ମପୁର ଏକ ବଡ ଅଞ୍ଚଳ। ତେଣୁ ଏଭଳି ଦାବି ପ୍ରତି ବିଜେଡିର ପୂର୍ଣ୍ଣ ସମର୍ଥନ ରହିଛି। ଶ୍ରୀ ସିଂହ କହିଛନ୍ତି ବିଜୁ ପଟ୍ଟନାୟକ ଓଡିଶାର ୧୩ଟି ଜଲ୍ଲାକୁ ୩୦ଟି ଜିଲ୍ଲାରେ ପରିଣତ କରିଥିବାବେଳେ ଅବିଭକ୍ତ ସମ୍ବଲପୁର ଜିଲ୍ଲା ୪ଟି ଜିଲ୍ଲା ହୋଇଥିଲା।
ପରବର୍ତ୍ତୀ ସମୟରେ ରାଜ୍ୟରେ ଜିଲ୍ଲା ପୁର୍ନଗଠନ ବେଳେ ପଦ୍ମପୁରକୁ ନିଶ୍ଚିତ ଭାବେ ଜିଲ୍ଲା ଘୋଷଣା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଛନ୍ତି। ଆଗାମୀ ଦିନରେ ଏହି ଦାବି ନେଇ ଆମେ ସକରାତ୍ମକ ଭାବେ ଲଢିବୁ ଏବଂ ପଦ୍ମପୁର ଯେଭଳି ଭାବେ ଜିଲ୍ଲାର ମାନ୍ୟତା ପାଇବ ସେଥିପାଇଁ ଆମେ ପ୍ରଚେଷ୍ଟା ଜାରି ରଖିବୁ ବୋଲି ଶ୍ରୀ ସିଂହ କହିଛନ୍ତି।