ମାସ୍କକୁ ସାଥି କରିପାରିଲେ, ଆମେ କରୋନାଠୁ ଜିତିବା- ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି- ବର୍ଷେରୁ ଅଧିକ ସମୟ ହେଲା ସାରା ବିଶ୍ୱ ଏକ ଅସାଧାରଣ ପରିସ୍ଥିତି ଦେଇ ଗତି କରୁଛି । ମାନବ ଇତିହାସରେ ଏଭଳି ସଂକଟ ନିକଟ ଅତୀତରେ କେବେ ବି ଆସି ନ ଥିଲା । କୋଭିଡ୍ ସଂକ୍ରମଣର ପ୍ରଥମ ଲହର ସମୟରେ ଜନସାଧାରଣ ତଥା ପଞ୍ଚାୟତ ପ୍ରତିନିଧିଙ୍କ ସହଯୋଗ ଏବଂ କୋଭିଡ୍ ଯୋଦ୍ଧା ଅସୀମ ତ୍ୟାଗ ଓ ସେବା ଯୋଗୁଁ ଆମେ […]

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି- ବର୍ଷେରୁ ଅଧିକ ସମୟ ହେଲା ସାରା ବିଶ୍ୱ ଏକ ଅସାଧାରଣ ପରିସ୍ଥିତି ଦେଇ ଗତି କରୁଛି । ମାନବ ଇତିହାସରେ ଏଭଳି ସଂକଟ ନିକଟ ଅତୀତରେ କେବେ ବି ଆସି ନ ଥିଲା । କୋଭିଡ୍ ସଂକ୍ରମଣର ପ୍ରଥମ ଲହର ସମୟରେ ଜନସାଧାରଣ ତଥା ପଞ୍ଚାୟତ ପ୍ରତିନିଧିଙ୍କ ସହଯୋଗ ଏବଂ କୋଭିଡ୍ ଯୋଦ୍ଧା ଅସୀମ ତ୍ୟାଗ ଓ ସେବା ଯୋଗୁଁ ଆମେ ଅନେକ ଜୀବନ ରକ୍ଷା କରିପାରିଥିଲେ । ଆମ ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ୟ ଅନ୍ୟ ରାଜ୍ୟ ତୁଳନାରେ କମ୍ ଥିଲା ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

କୋଭିଡର ପ୍ରଥମ ଲହର ସମୟରେ ଆମକୁ ଅନେକ କଠୋର ପଦକ୍ଷେପ ନେବାକୁ ପଡ଼ିଥିଲା । ବାରମ୍ବାର ଲକଡାଉନ୍ ଓ ସଟଡାଉନ୍ କରିବାକୁ ପଡ଼ିଥିଲା । ଲକଡାଉନରେ ଜନସାଧାରଣ ବହୁତ ଅସୁବିଧାର ସମ୍ମୁଖୀନ ହୋଇଥିଲେ । ବେପାର ବଣିଜ କ୍ଷତିରେ ଚାଲିଥିଲା । ଗରିବ ଲୋକଙ୍କ ରୋଜଗାର ଉପରେ ଏହାର ଗୁରୁତର ପ୍ରଭାବ ପଡ଼ିଥିଲା । ଏବେ କୋଭିଡର ଦ୍ୱିତୀୟ ଲହର ଆରମ୍ଭ ହୋଇଥିବା ବେଳେ ଏହା ବହୁତ ଶୀଘ୍ର ବ୍ୟାପୁଛି । ଦେଶର ଅନେକ ରାଜ୍ୟରେ ଲକଡାଉନ୍, ସଟଡାଉନ୍ ଆରମ୍ଭ ହେଲାଣି ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

ଆମେ କୋଭିଡ୍ ନିୟମ ମାନି ମାସ୍କ ଠିକ୍ ଭାବରେ ପିନ୍ଧିଲେ ଆମେ ବିନା ଲକଡାଉନରେ କରୋନା ସଂକ୍ରମଣକୁ ରୋକି ପାରିବା । ଏଥିପାଇଁ ଆଜିଠୁ ୧୪ ଦିନ ପର୍ଯ୍ଯନ୍ତ ଆମେ ସମସ୍ତେ ମିଶ ମାସ୍କ ଅଭିଯାନ ଆରମ୍ଭ କରିବା । ୧୪ ଦିନ ଲାଗି ଆମେ କୌଣସି ଜିନିଷକୁ ଆରମ୍ଭ କଲେ ତାହା ଅଭ୍ୟାସରେ ପରିଣତ ହୋଇଯିବ । ଆମେ ସମସ୍ତେ ଆଜିଠାରୁ ସଂକଳ୍ପ ନେଇ ଠିକ୍ ଭାବେର ମାସ୍କ ପିନ୍ଧିବା । ବେକରେ ଝୁଲାଇ ନୁହେଁ ପୂରା ମୁହଁ ଓ ନାକକୁ ଘୋଡ଼ାଇ ମାସ୍କ ପିନ୍ଧିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

ବିନା ମାସ୍କରେ କେବେ ବି ଘରୁ ବାହାରିବା ନାହିଁ । ତେବେ ଯାଇ ଆମେ କରୋନାଠାରୁ ଜିତି ପାରିବା । ମାଆମାନଙ୍କୁ ମୋର ବିଶେଷ ଅନୁରୋଧ ଯିଏ ବି ଘରୁ ବାହାରକୁ ଗଲେ ଆପଣ ସେମାନଙ୍କୁ ମାସ୍କ ପିନ୍ଧିବା ଉପରେ ଧ୍ୟାନ ଦିଅନ୍ତୁ । ମାଆମାନେ ସତର୍କ ହେଲେ ଘରକୁ କରୋନା ଆସିପାରିବ ନାହିଁ । ସରକାର ବାହାରେ ଜଗିଛନ୍ତି, ମାଆମାନେ ଘରେ ଜଗନ୍ତୁ । ମାସ୍କ ଠିକ୍ ଭାବରେ ନ ପିନ୍ଧି ବାହାରକୁ ଆସୁଥିବା ଲୋକଙ୍କ ଠାରୁ ଜରିମାନା ଆଦାୟ ଲାଗି ପୋଲିସ ଓ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମାସ୍କ ନପିନ୍ଧିଲେ ୨ ଗୁଣ ଜରିମାନା ଆଦାୟ କରିବା ଲାଗି ସରକାର ନିଷ୍ପତ୍ତି ନେଇଛନ୍ତି ।

ଟିକା ନେଇଥିବା ଲୋକ ନନେଇ ଥିବା ଲୋକ ମାସ୍କ ପିନ୍ଧନ୍ତୁ । ତାହେଲେ ଯାଇ ଆମେ ଲକଡାଉନକୁ ରୋକି ପାରିବା । ଜୀବନ ସହ ଜୀବିକାକୁ ଆଗେଇ ନେବା ପାଇଁ ମାସ୍କ ନିଶ୍ଚୟ ପିନ୍ଧନ୍ତୁ । ଏବେ କରୋନାର ଦ୍ୱିତୀୟ ଲହର ଦେଶରେ ଚାଲିଥିବା ବେଳେ ଅନ୍ୟ କେତେକ ଦେଶର ତୃତୀୟ ଲହର ଆସିଛି । ମାସ୍କକୁ ଜୀବନର ସାଥି କରିପାରିଲେ ଆମେ କରୋନାକୁ ହରାଇବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର