ରାଜ୍ଯରେ ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା  ଜାରି କରାଯାଇଥିବ ୫ଜିଲ୍ଲା ଗୁଡିକ ହେଲେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର ଓ କୋରାପୁଟ । ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, […]

ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ସୂଚନା  ଜାରି କରାଯାଇଥିବ ୫ଜିଲ୍ଲା ଗୁଡିକ ହେଲେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର ଓ କୋରାପୁଟ । ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ, ଗଜପତି, କଟକ, ଖୋର୍ଧା ଓ ରାୟଗଡ଼ା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 

About The Author: The Sakala