ରାଜ୍ୟରେ ଆହୁରି ୩ ଦିନ ଗୁଳୁଗୁଳି, ୧୮ ତାରିଖ ପରେ ବଢ଼ିବ ବର୍ଷାର ପରିମାଣ

The Sakala Picture
Published On

ଭୁବନେଶ୍ୱର: ପ୍ରବଳ ଗୁଳୁଗୁଳି ଯୋଗୁଁ ରାଜ୍ୟବାସୀ ସନ୍ତୁଳି ହେଉଛନ୍ତି। ଆସନ୍ତା ୧୮ ତାରିଖ ଯାଏ ଏପରି ସ୍ଥିତି ଲାଗି ରହିବ। ବିଶେଷକରି ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳି ଅଧିକ ଅନୁଭୂତ ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ତେବେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳରେ ଅଗ୍ରସର ହେବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର […]

ଭୁବନେଶ୍ୱର: ପ୍ରବଳ ଗୁଳୁଗୁଳି ଯୋଗୁଁ ରାଜ୍ୟବାସୀ ସନ୍ତୁଳି ହେଉଛନ୍ତି। ଆସନ୍ତା ୧୮ ତାରିଖ ଯାଏ ଏପରି ସ୍ଥିତି ଲାଗି ରହିବ। ବିଶେଷକରି ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଗୁଳୁଗୁଳି ଅଧିକ ଅନୁଭୂତ ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ତେବେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳରେ ଅଗ୍ରସର ହେବାର ସମ୍ଭାବନା ରହିଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତିଙ୍କ ସୂଚନା ଅନୁଯାୟୀ, ଆସନ୍ତା ୧୮ ଓ ୧୯ ତାରିଖ ଆଡ଼କୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଏହାଦ୍ୱାରା ତାତି ଓ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ। ତେବେ ଆସନ୍ତାକାଲି ରାଜ୍ୟର କେତେକ ଜିଲ୍ଲାରେ ହିଟ୍‌‌ୱେଭ୍‌ ସ୍ଥିତି ଅନୁଭୂତ ହେବାର ସମ୍ଭାବନା ଥିବାବେଳେ କେତେକ ଜିଲ୍ଲାରେ ଉଷ୍ଣ ଓ ଆର୍ଦ୍ର ଜଳବାୟୁ ପରିଲକ୍ଷିତ ହେବାର ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଅନୁଗୋଳ, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ନୂଆପଡ଼ାରେ ହିଟ୍‌‌ୱେଭ୍‌ ସ୍ଥିତି ଅନୁଭୂତ ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଉଷ୍ଣ ଓ ଆର୍ଦ୍ର ଜଳବାୟୁ ଅନୁଭୂତ ହେବ। ଏହାବ୍ୟତୀତ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଭଦ୍ରକ, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

16 Jun 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର