ଦୁଇ ଲଘୁଚାପ ଆଣୁଛି ବଡ଼ ବର୍ଷା; ଏଥର ଫିକା ପଡ଼ିବ ପାର୍ବଣ !…

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ତା’ ପଛକୁ ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ। ଏହା ଆସନ୍ତା ୨୫ ତାରିଖରେ ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାଦ୍ୱାରା ରାଜ୍ୟର ଅନେକ […]

ଭୁବନେଶ୍ୱର: ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ତା’ ପଛକୁ ଦାନା ବାନ୍ଧୁଛି ଆଉ ଗୋଟିଏ ଲଘୁଚାପ। ଏହା ଆସନ୍ତା ୨୫ ତାରିଖରେ ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଫଳରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାଦ୍ୱାରା ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେଣୁ ଏଥର ପାର୍ବଣ ଫିକା ପଡ଼ିବାର ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର

ସୋମବାର ସକାଳେ ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପୀ ରହିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ସୋମବାର ସନ୍ଧ୍ୟା ସୁଦ୍ଧା କୋରାପୁଟରେ ସର୍ବାଧିକ ୮୦ ମିମି ବର୍ଷା ହୋଇଥିବା ବେଳେ ଟିଟିଲାଗଡ଼ ଓ ସମ୍ବଲପୁରରେ ୩୯ ମିମି ଲେଖାଏଁ ବର୍ଷା ରେକର୍ଡ କରାଯାଇଛି। ଏହାସହିତ ଭଦ୍ରକ ୩୭, ବଲାଙ୍ଗିର ୨୪ ଓ ବୌଦ୍ଧରେ ୨୦ ମିମି ବର୍ଷା ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ କିଛି ପରିମାଣରେ ବର୍ଷା ଜାରି ରହିବ। ମଙ୍ଗଳବାର ସୁନ୍ଦରଗଡ଼ ଓ ସମ୍ବଲପୁରରେ ସବୁଠୁ ଅଧିକ ବର୍ଷା ହୋଇପାରେ। ଅନ୍ୟପଟେ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ସଞ୍ଜୀବ ଦ୍ୱିବେଦୀ କହିଛନ୍ତି ଯେ ସେପ୍ଟେମ୍ୱର ୨୫ ତାରିଖ ବେଳକ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ସେପ୍ଟେମ୍ୱର ୨୬ ତାରିଖ ପାଖାପାଖି ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଅବପାତରେ ପରିଣତ ହେବାର ଅଧିକ ସମ୍ଭାବନା ରହିଛି। ଏହା ସେପ୍ଟେମ୍ୱର ୨୭ ତାରିଖ ପାଖାପାଖି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଯୋଗୁଁ ରାଜ୍ୟର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଉଛି। ଏଥିପାଇଁ କିଛି ଜିଲ୍ଲା ପାଇଁ ପ୍ରବଳ ବର୍ଷା ଜନିତ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ କିଛି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜନିତ ଚେତାବନୀ ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

ଅନ୍ୟପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ମଧ୍ୟରେ ପବନର ବେଗ ୪୦-୫୦ କିମି ଓ ଝଟକା ପବନ ୬୦ କିମି ପର୍ଯ୍ୟନ୍ତ ପହଞ୍ଚିବା ଆଶଙ୍କା ରହିଛି। ଏହା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ନ ଯିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର