ଆଶ୍ୱସ୍ତି ଆଣିଲା କାଳବୈଶାଖୀ: ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇ ଦିନ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଥିବା ତାତି ଓ ଗୁଳୁଗୁଳି ପ୍ରକୋପ ହ୍ରାସ ପାଇଛି। ଶନିବାରଠାରୁ ହଠାତ ବଢ଼଼ିଥିବା କାଳବୈଶାଖୀ ଯୋଗୁଁ ତାତି ଓ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଛି। ଶନିବାରଠାରୁ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ପ୍ରକୋପ ବଢ଼଼ିଛି। ଏହା ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ୩୦-୬୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇଛି, ଯାହାକି ତାପମାତ୍ରା କମାଇବାରେ ସହାୟକ ହୋଇଛି। ବର୍ତ୍ତମାନ ଓଡ଼ିଶା ଉପକୂଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଥିବା ତାତି ଓ ଗୁଳୁଗୁଳି ପ୍ରକୋପ ହ୍ରାସ ପାଇଛି। ଶନିବାରଠାରୁ ହଠାତ ବଢ଼଼ିଥିବା କାଳବୈଶାଖୀ ଯୋଗୁଁ ତାତି ଓ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଛି। ଶନିବାରଠାରୁ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ପ୍ରକୋପ ବଢ଼଼ିଛି। ଏହା ପ୍ରଭାବରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ୩୦-୬୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇଛି, ଯାହାକି ତାପମାତ୍ରା କମାଇବାରେ ସହାୟକ ହୋଇଛି। ବର୍ତ୍ତମାନ ଓଡ଼ିଶା ଉପକୂଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହିତ ଉତ୍ତରପ୍ରଦେଶରୁ ଝାଡ଼ଖଣ୍ଡ ପର୍ଯ୍ୟନ୍ତ ଏକ ନିମ୍ନଚାପ ରେଖା ଲମ୍ବିଛି। ଏହି ଦୁଇ ପ୍ରକାର ପାଣିପାଗ ନିୟାମକ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ିର ଆଶଙ୍କା ରହୁଛି। ଏହାସହିତ ବଙ୍ଗୋପସାଗରରୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ କାଳବୈଶାଖୀ ପ୍ରକ୍ରିୟା ମଧ୍ୟସକ୍ରିୟ ରହିବ। ଏହି ସବୁ ସ୍ଥିତି ପାଇଁ ବିଭିନ୍ନ ସ୍ଥାନରେ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ଭୁଲିଗଲେ ୩୫୦୦ ଟଙ୍କା ପ୍ରତିଶ୍ରୁତି, ଭତ୍ତାକୁ ନେଇ ସରକାରଙ୍କ ଉପରେ ବର୍ଷିଲା ବିଜେଡି

ସୋମବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କେନ୍ଦୁଝରରେ କାଳବୈଶାଖୀର ପ୍ରଭାବ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ମଙ୍ଗଳବାର ଏହାର ପ୍ରକୋପ ବଢ଼଼ିବା ସହିତ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର ଓ ପୁରୀରେ ବର୍ଷା ଓ ଘଡ଼ଡ଼ି ହେବ। ଏହି ଜିଲ୍ଲାଗୁଡ଼ିକରେ ପବନର ବେଗ ବୃଦ୍ଧି ହୋଇ ୪୦-୫୦ କିମି ପର୍ଯ୍ୟନ୍ତ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜାରି ରହୁଥିବା ବେଳ ଏହି ସ୍ଥାନଗୁଡ଼ିକରେ ତାପମାତ୍ରା ହ୍ରାସ ହୋଇଛି।

ଆହୁରି ପଢ଼ନ୍ତୁ: ମନଇଛା ଗଛ କାଟିବା ଅଭିଯୋଗରେ ଡାବୁଗାଁ ରେଞ୍ଜ ମୈଦଲପୁର ସେକ୍ସନ ଫରେଷ୍ଟର ନିଲମ୍ବିତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର