ବୃଦ୍ଧି ପାଇବ ବର୍ଷାର ପ୍ରକୋପ, ୭ ଓ ୮ ତାରିଖରେ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ବଙ୍ଗୋପସାଗର ଉପରେ ରହିଥିବା ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ବର୍ଷା ଜାରି ରହିଛି। ରାଜ୍ୟର ଏକାଧିକ ସ୍ଥାନରେ ବର୍ଷା ହେଉଥିବା ବେଳେ ଧୀରେ ଧୀରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବା ନେଇ ଆକଳନ କରାଯାଇଛି। ବିଶେଷ କରି ରଥଯାତ୍ରାରେ ପୁରୀ ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡକ୍ଟର ମନୋରମା ମହାନ୍ତିଙ୍କ କହିବା ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ […]

ଭୁବନେଶ୍ୱର: ବଙ୍ଗୋପସାଗର ଉପରେ ରହିଥିବା ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ବର୍ଷା ଜାରି ରହିଛି। ରାଜ୍ୟର ଏକାଧିକ ସ୍ଥାନରେ ବର୍ଷା ହେଉଥିବା ବେଳେ ଧୀରେ ଧୀରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବା ନେଇ ଆକଳନ କରାଯାଇଛି। ବିଶେଷ କରି ରଥଯାତ୍ରାରେ ପୁରୀ ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡକ୍ଟର ମନୋରମା ମହାନ୍ତିଙ୍କ କହିବା ଅନୁସାରେ ୬ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ୭ ତାରିଖରେ କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ମୟୂରଭଞ୍ଜ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଆସନ୍ତା ୭ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳରେ ସଂଲଗ୍ନ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଛତିଶଗଡ଼ ଉପରେ ରହିବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହୋଇପାରେ। ତେବେ ଏହି ସମୟରେ ଭାରି ବର୍ଷାର ସମ୍ଭାବନା କମ୍‌ ରହିଛି। ପ୍ରତ୍ୟେକ ଦିନ ଅନେକ ସ୍ଥାନରେ ସ୍ୱଳ୍ପ, କେତେକ ସ୍ଥାନରେ ମଧ୍ୟମ ଓ ଗୋଟିଏ ଦୁଇଟି ସ୍ଥାନରେ ଭାରି ବର୍ଷା (୬୫ ମିମିରୁ ଅଧିକ) ହୋଇପାରେ। ତେବେ ୭ ଓ ୮ ଅର୍ଥାତ ରଥଯାତ୍ରାର ଉଭୟ ଦିନରେ ପୁରୀରେ ସମୁଦାୟ ୩୦-୩୫ ମିମି ଲେଖାଏଁ ବର୍ଷା ହୋଇପାରେ। ୭ ତାରିଖ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଝିପି ଝିପିରୁ ସ୍ୱଳ୍ପ ରାତି ପର୍ଯ୍ୟନ୍ତ ୮ରେ ସକାଳେ ଝିପିଝିପି ଓ ସନ୍ଧ୍ୟା ୬ ଟା ପରେ ଶୁଖିଲା ପାଗ ରହିବାର ସମ୍ଭାବନା ରହିଛି ବୋଲି ପ୍ରଫେସର ପଶୁପାଳକ କହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୯ ଜଣ ଯୁବ ଆଇଏଏସ୍ ଅଫିସରଙ୍କୁ ଉପ-ଜିଲ୍ଲାପାଳ ଭାବେ ନିଯୁକ୍ତି

ଅନ୍ୟପଟେ ୧୦ ତାରିଖରୁ ମୌସୁମୀ ଅଧିକ ସକ୍ରିୟ ହେବାରୁ ବର୍ଷାର ପ୍ରକୋପ ବଢ଼ିବ ବୋଲି ସେ କହିଛନ୍ତି। ୧୦-୧୫ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତର ଓ ଉପକୂଳରେ ଅନେକ ସ୍ଥାନରେ ମଧ୍ୟମ ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଖøାର୍ଦ୍ଧା, ପୁରୀ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ କଟକ ଜିଲ୍ଲାରେ ଅଧିକ ବର୍ଷା ହେବ। ବାଲେଶ୍ୱର, ଯାଜପୁକ, କେନ୍ଦ୍ରାପଡ଼ାରେ ସବୁଠୁ କମ୍‌ ବର୍ଷା ହେବା ନେଇ ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି। ଶୁକ୍ରବାର ଢେଙ୍କାନାଳରେ ୨୮ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ତାଳଚେର ୧୮, ପାରଳାଖେମୁଣ୍ଡି ୧୧ ମିମି ବର୍ଷା ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର