ଆଜି ସୃଷ୍ଟି ହେବ ଘୂର୍ଣ୍ଣିବଳୟ, ୨୭ରେ ଲଘୁଚାପ

ଭୁବନେଶ୍ୱର: ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏ ସଂପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସମ୍ଭାବ୍ୟ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ପାଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ […]

ଭୁବନେଶ୍ୱର: ଆଜି ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏ ସଂପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସମ୍ଭାବ୍ୟ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ପାଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ୨୯ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ।

ଅନ୍ୟପକ୍ଷରେ, କେନ୍ଦ୍ର ପକ୍ଷରୁ ଜାରୀ ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୬ ଓ ୨୭ ତାରିଖରେ ରାଜ୍ୟବ୍ୟାପୀ ପାଗ ଶୁଖିଲା ରହିବ। ୨୮ତାରିଖରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ୨୮ତାରିଖ ବେଳକୁ ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡ. କନ୍ଧମାଳ, ବରଗଡ଼, ସୋନପୁର, ବୌଦ୍ଧର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ୨୯ତାରିଖ ପରଠାରୁ ରାଜ୍ୟବ୍ୟାପୀ ପାଗ ପୂର୍ବବତ୍‌‌ ଶୁଖିଲା ରହିବ ବୋଲି ଆକଳନ କରାଯାଇଛି।

About The Author: The Sakala