ମନୋରଞ୍ଜନ
ଓଡ଼ିଶା
ରାଜ୍ଯର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରିକଲା ପାଣିପାଗ ବିଭାଗ
ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୩ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲେ- ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନବରଙ୍ଗପୁର ଓ ଦେବଗଡ଼। ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି […]
ଭୁବନେଶ୍ବର: ରାଜ୍ଯରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୩ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ
ଏହି ଜିଲ୍ଲାଗୁଡ଼ିକ ହେଲେ- ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନବରଙ୍ଗପୁର ଓ ଦେବଗଡ଼।
ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବି ବହିପାରେ। ତେଣୁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।






