ପାଗରେ ପୁଣି ପରିବର୍ତ୍ତନ : କମିବ ଶୀତ,ଆଜିଠୁ ୨୪ ଯାଏ ଭିଜେଇବ ବର୍ଷା, ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ବର : ଶୁକ୍ରବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ। ପଶ୍ଚିମା ଝଡ଼ ପ୍ରଭାବରେ ଏହି ବର୍ଷା ହେବାକୁ ଥିବା ବେଳେ ୨୪ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିିବ। ଦୁଇ ଦିନ ପର୍ଯ୍ୟନ୍ତ କାଁ ଭାଁ ବର୍ଷା ହେବା ସହିତ ୨୩ରେ ବର୍ଷାର ପ୍ରକୋପ ସର୍ବାଧିକ ରହିବ। ସେହିଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ […]

ଭୁବନେଶ୍ବର : ଶୁକ୍ରବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ। ପଶ୍ଚିମା ଝଡ଼ ପ୍ରଭାବରେ ଏହି ବର୍ଷା ହେବାକୁ ଥିବା ବେଳେ ୨୪ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିିବ। ଦୁଇ ଦିନ ପର୍ଯ୍ୟନ୍ତ କାଁ ଭାଁ ବର୍ଷା ହେବା ସହିତ ୨୩ରେ ବର୍ଷାର ପ୍ରକୋପ ସର୍ବାଧିକ ରହିବ। ସେହିଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ୬ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି। ସେହିପରି ଶୁକ୍ରବାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ଥିବା ବେଳେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସୋନପୁର ଓ ବଲାଙ୍ଗୀରରେ ଆଦିରେ କୁହୁଡି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: କାଶୀପୁରରେ ଛତୁ ଚାଷ ଜରିଆରେ ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ

ଏହି ବର୍ଷାର ପ୍ରକୋପ ମୁଖ୍ୟତଃ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଦେଖାଯିବ। ବର୍ଷା ଯୋଗୁ ରାଜ୍ୟରେ ଶୀତ ପୁଣି କମିବ। ଲଗାତାର ୪ ଦିନ ପ୍ରବଳ ଶୀତ ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଲାଗି ରହିଥିଲା। ଗୁରୁବାର ବିଭିନ୍ନ ଜିଲ୍ଲାରେ କୁହୁଡି ଦେଖା ଦେଇଛି। ଶୁକ୍ରବାରଠାରୁ କୁହୁଡି ଓ ଶୀତ କମିବ ବୋଲି ଜଣାପଡ଼ିଛି। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

21 Jan 2022 By The Sakala

ପାଗରେ ପୁଣି ପରିବର୍ତ୍ତନ : କମିବ ଶୀତ,ଆଜିଠୁ ୨୪ ଯାଏ ଭିଜେଇବ ବର୍ଷା, ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଭୁବନେଶ୍ବର : ଶୁକ୍ରବାରଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହେବ। ପଶ୍ଚିମା ଝଡ଼ ପ୍ରଭାବରେ ଏହି ବର୍ଷା ହେବାକୁ ଥିବା ବେଳେ ୨୪ ତାରିଖ ପର୍ଯ୍ୟନ୍ତ ଏହାର ପ୍ରଭାବ ରହିିବ। ଦୁଇ ଦିନ ପର୍ଯ୍ୟନ୍ତ କାଁ ଭାଁ ବର୍ଷା ହେବା ସହିତ ୨୩ରେ ବର୍ଷାର ପ୍ରକୋପ ସର୍ବାଧିକ ରହିବ। ସେହିଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ୬ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି। ସେହିପରି ଶୁକ୍ରବାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ଆଶଙ୍କା ଥିବା ବେଳେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସୋନପୁର ଓ ବଲାଙ୍ଗୀରରେ ଆଦିରେ କୁହୁଡି ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏହି ବର୍ଷାର ପ୍ରକୋପ ମୁଖ୍ୟତଃ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଦେଖାଯିବ। ବର୍ଷା ଯୋଗୁ ରାଜ୍ୟରେ ଶୀତ ପୁଣି କମିବ। ଲଗାତାର ୪ ଦିନ ପ୍ରବଳ ଶୀତ ସହିତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଲାଗି ରହିଥିଲା। ଗୁରୁବାର ବିଭିନ୍ନ ଜିଲ୍ଲାରେ କୁହୁଡି ଦେଖା ଦେଇଛି। ଶୁକ୍ରବାରଠାରୁ କୁହୁଡି ଓ ଶୀତ କମିବ ବୋଲି ଜଣାପଡ଼ିଛି। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର