୨୮ରେ ରାଜ୍ଯର ବିଭିନ୍ନ ସ୍ଥାନରେ ପବନ ସାଙ୍ଗକୁ ଘଡ଼ଘଡ଼ି ଓ ବର୍ଷା

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ରାଜ୍ୟର ବିଭିନ୍ନ ସ୍ଥାନରେ ତାତି ଜାରି ରହିଛି। ଗୋଟିଏ ଦିନର ବ୍ୟବଧାନ ପରେ ପୁଣି ପାରଦ ଉପର ମୁହାଁ ହୋଇଛି। ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ଆର ବିଶ୍ୱାସ କହିଛନ୍ତି ଯେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଆଗକୁ ଆହୁରି ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର […]

ଭୁବନେଶ୍ୱର: ଭୁବନେଶ୍ୱର ରାଜ୍ୟର ବିଭିନ୍ନ ସ୍ଥାନରେ ତାତି ଜାରି ରହିଛି। ଗୋଟିଏ ଦିନର ବ୍ୟବଧାନ ପରେ ପୁଣି ପାରଦ ଉପର ମୁହାଁ ହୋଇଛି। ଫଳରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩ ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ଆର ବିଶ୍ୱାସ କହିଛନ୍ତି ଯେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଖରାଟିଆ ରହିବ। ଆଗକୁ ଆହୁରି ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର କାରଣ ରହିଛି। ଅନ୍ୟପଟେ ୨୮ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ଏହା ସହିତ କିଛି ସ୍ଥାନରେ ପବନର ବେଗ ମଧ୍ୟ ବୃଦ୍ଧି ପାଇ ଘଣ୍ଟା ପ୍ରତି ୩୦-୪୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ଆଶଙ୍କା କରାଯାଉଛି। ବିଶେଷ କରି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରପାଡ଼ାରେ ଏହାର ପ୍ରଭାବ ଅଧିକ ଦେଖିବାକୁ ମିଳିବ। ସମ୍ଭାବ୍ୟ ପରିସ୍ଥିତିକୁ ଦୃଷ୍ଟିରେ ରଖି ୨୮ ତାରିଖ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ତାପମାତ୍ରା ବୃଦ୍ଧି ହେତୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ରାତିର ସର୍ବନିମ୍ନ ତାପମାତ୍ରା ୨୩ ଡିଗ୍ରୀ ଓ ଦିନର ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର