ଘନୀଭୂତ ହେଉଛି ଲଘୁଚାପ : ୧୭ରୁ ଆହୁରି ବଢ଼ିବ, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ

The Sakala Picture
Published On

ଭୁବନେଶ୍ୱର : ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ବର୍ଷା ଲାଗି ରହିଛି। ଏହି ସ୍ଥିତି ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ଥିବାରୁ ଆଗକୁ ବର୍ଷା ଆହୁରି ବୃଦ୍ଧି ହେବ। ଲଘୁଚାପଟି ଘନୀଭୂତ ହେଉଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ୱେଲମାର୍କଡ ଲଘୁଚାପର ରୂପ ନେବ ପରବର୍ତ୍ତୀ ସମୟରେ ଏହା ଅବପାତ କିମ୍ବା ଗଭୀର ଅବପାତ […]

ଭୁବନେଶ୍ୱର : ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ବର୍ଷା ଲାଗି ରହିଛି। ଏହି ସ୍ଥିତି ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ଥିବାରୁ ଆଗକୁ ବର୍ଷା ଆହୁରି ବୃଦ୍ଧି ହେବ। ଲଘୁଚାପଟି ଘନୀଭୂତ ହେଉଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ୱେଲମାର୍କଡ ଲଘୁଚାପର ରୂପ ନେବ ପରବର୍ତ୍ତୀ ସମୟରେ ଏହା ଅବପାତ କିମ୍ବା ଗଭୀର ଅବପାତ ହେବାର ମଧ୍ୟ ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ତାତିରେ ସିଝୁଛି ସାରା ଓଡ଼ିଶା; ଆଜି ଜାଳିବ, କାଲିଠୁ କାଳବୈଶାଖୀ

ସ୍ଥିତି ସମ୍ପର୍କରେ ସୂଚନା ଦେଇ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ ଦକ୍ଷିଣ ଆଣ୍ଡାମାନ ତତ୍‍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘନୀଭୂତ ଅଛି। ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁ ମଣ୍ଡଳରେ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହି ଲଘୁଚାପ ସମାନ ଦିଗରେ ଗତି କରିବ ଏବଂ ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ଆଣ୍ଡାମାନ ସାଗର ପହଞ୍ଚିଲା ବେଳକୁ ୱେଲ୍‍ମାର୍କଡ ରୂପ ନେବ। ତେବେ ୧୭ ତାରିଖ ବେଳକୁ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅତିକ୍ରମ କରି ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରରେ ପହଞ୍ଚିବ, ସେତେବେଳେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ଶ୍ରୀ ଦାସ କହିଛନ୍ତି। ଏହା ୧୮ ତାରିଖରେ ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସମ୍ଭାବନା ଥିବା ବେଳେ ଓଡ଼ିଶାରେ ୧୭ ଓ ୧୮ ତାରିଖରେ ଲଘୁଚାପର ପ୍ରଭାବ ଅଧିକ ରହିବ। ଏହା ଯୋଗୁଁ ୧୭ ତାରିଖରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୭ରେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ୧୮ରେ ଗଞ୍ଜାମ, ଗଜପତି, ରାୟଗଡ଼଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌କୁ ନେଇ ବିଜେପି ନାଟକ କରୁଛି, ସଂରକ୍ଷଣ ନାଁରେ ସୀମା ପୁନଃ ନିର୍ଦ୍ଧାରଣ ବିଲ୍‌ ପାରିତ ଉଦ୍ଦେଶ୍ୟ ଥିଲା: ବିଜେଡି

ଅନ୍ୟପଟେ ଗତ ୩୬ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। କିଛି ଜିଲ୍ଲାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ନୟାଗଡ଼଼ରେ ସର୍ବାଧିକ ୭୮.୨ ମିମି ବର୍ଷା ହୋଇଛି। ସେହିପରି ପାରାଦୀପରେ ୫୯ ମିମି, ଝାରସୁଗୁଡ଼ାରେ ୩୫, ପୁରୀରେ ୧୩, ଚାନ୍ଦବାଲିରେ ୩୧ ମିମି ବର୍ଷା ହୋଇଛି। ଧୀରେ ଧୀରେ ଲଘୁଚାପ ଶକ୍ତିଶାଳୀ ହେଲେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଅନ୍ୟପଟେ ଲଘୁଚାପ ଯୋଗୁଁ ସମୁଦ୍ର ଆଶନ୍ତ ରହିବ। ଆସନ୍ତା ୧୬ରୁ ୧୮ ତାରିଖ ଯାଏ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ୪୫ରୁ ୫୫ କିମି ରହିବ। ସେହିପରି ୧୭ ତାରିଖ ପରଠାରୁ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ୪୫ରୁ ୫୫ କିମି ରହିବ। ଏହାକୁ ଦୃଷ୍ଟିରେ ରଖି ମତ୍ସଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି। ଜିଲ୍ଲାପାଳମାନଙ୍କୁ ସହରାଞ୍ଚଳ ଓ ତଳିଆ ଅଞ୍ଚଳ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି। ବର୍ଷା ଜଳ ନିଷ୍କାସନ ପାଇଁ ଆବଶ୍ୟକ ପଦକ୍ଷେପନ ନେବାକୁ କୁହାଯାଇଛି। ଏହାସହିତ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‍ ଖୋଲିବା, ବର୍ଷା ପରିମାଣ ଓ ସ୍ଥିତି ସମ୍ପର୍କରେ ତୁରନ୍ତ ଏସଆରସିଙ୍କ କାର୍ଯ୍ୟାଳୟକୁ ଜଣାଇବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ‘ବିଜୁ ଶ୍ରମିକ ବନ୍ଧୁ’ ସମ୍ମାନ ନାମ ବଦଳାଇଲେ ରାଜ୍ୟ ସରକାର, ହେବ ‘ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ’

15 Nov 2021 By The Sakala

ଘନୀଭୂତ ହେଉଛି ଲଘୁଚାପ : ୧୭ରୁ ଆହୁରି ବଢ଼ିବ, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ

ଭୁବନେଶ୍ୱର : ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ବର୍ଷା ଲାଗି ରହିଛି। ଏହି ସ୍ଥିତି ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ଥିବାରୁ ଆଗକୁ ବର୍ଷା ଆହୁରି ବୃଦ୍ଧି ହେବ। ଲଘୁଚାପଟି ଘନୀଭୂତ ହେଉଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ୱେଲମାର୍କଡ ଲଘୁଚାପର ରୂପ ନେବ ପରବର୍ତ୍ତୀ ସମୟରେ ଏହା ଅବପାତ କିମ୍ବା ଗଭୀର ଅବପାତ ହେବାର ମଧ୍ୟ ସମ୍ଭାବନା ରହିଛି।

ସ୍ଥିତି ସମ୍ପର୍କରେ ସୂଚନା ଦେଇ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ ଦକ୍ଷିଣ ଆଣ୍ଡାମାନ ତତ୍‍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଘନୀଭୂତ ଅଛି। ଏହାସହିତ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁ ମଣ୍ଡଳରେ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହି ଲଘୁଚାପ ସମାନ ଦିଗରେ ଗତି କରିବ ଏବଂ ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ଆଣ୍ଡାମାନ ସାଗର ପହଞ୍ଚିଲା ବେଳକୁ ୱେଲ୍‍ମାର୍କଡ ରୂପ ନେବ। ତେବେ ୧୭ ତାରିଖ ବେଳକୁ ଏହା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅତିକ୍ରମ କରି ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରରେ ପହଞ୍ଚିବ, ସେତେବେଳେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ଶ୍ରୀ ଦାସ କହିଛନ୍ତି। ଏହା ୧୮ ତାରିଖରେ ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସମ୍ଭାବନା ଥିବା ବେଳେ ଓଡ଼ିଶାରେ ୧୭ ଓ ୧୮ ତାରିଖରେ ଲଘୁଚାପର ପ୍ରଭାବ ଅଧିକ ରହିବ। ଏହା ଯୋଗୁଁ ୧୭ ତାରିଖରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୭ରେ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ୧୮ରେ ଗଞ୍ଜାମ, ଗଜପତି, ରାୟଗଡ଼଼ା, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ୟପଟେ ଗତ ୩୬ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। କିଛି ଜିଲ୍ଲାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ନୟାଗଡ଼଼ରେ ସର୍ବାଧିକ ୭୮.୨ ମିମି ବର୍ଷା ହୋଇଛି। ସେହିପରି ପାରାଦୀପରେ ୫୯ ମିମି, ଝାରସୁଗୁଡ଼ାରେ ୩୫, ପୁରୀରେ ୧୩, ଚାନ୍ଦବାଲିରେ ୩୧ ମିମି ବର୍ଷା ହୋଇଛି। ଧୀରେ ଧୀରେ ଲଘୁଚାପ ଶକ୍ତିଶାଳୀ ହେଲେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଅନ୍ୟପଟେ ଲଘୁଚାପ ଯୋଗୁଁ ସମୁଦ୍ର ଆଶନ୍ତ ରହିବ। ଆସନ୍ତା ୧୬ରୁ ୧୮ ତାରିଖ ଯାଏ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ୪୫ରୁ ୫୫ କିମି ରହିବ। ସେହିପରି ୧୭ ତାରିଖ ପରଠାରୁ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ୪୫ରୁ ୫୫ କିମି ରହିବ। ଏହାକୁ ଦୃଷ୍ଟିରେ ରଖି ମତ୍ସଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି। ଜିଲ୍ଲାପାଳମାନଙ୍କୁ ସହରାଞ୍ଚଳ ଓ ତଳିଆ ଅଞ୍ଚଳ ଉପରେ ନଜର ରଖିବାକୁ ପରାମର୍ଶ ଦିଆଯାଇଛି। ବର୍ଷା ଜଳ ନିଷ୍କାସନ ପାଇଁ ଆବଶ୍ୟକ ପଦକ୍ଷେପନ ନେବାକୁ କୁହାଯାଇଛି। ଏହାସହିତ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‍ ଖୋଲିବା, ବର୍ଷା ପରିମାଣ ଓ ସ୍ଥିତି ସମ୍ପର୍କରେ ତୁରନ୍ତ ଏସଆରସିଙ୍କ କାର୍ଯ୍ୟାଳୟକୁ ଜଣାଇବାକୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର