ଆସୁଛି ଲଘୁଚାପ; ୨୪ରୁ ବଢ଼ିବ ବର୍ଷା, ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ -ୟେଲୋ ଆଲର୍ଟ ଜାରି….

The Sakala Picture
Published On

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବ। ଏଥିଯୋଗୁଁ ଆଗକୁ ରାଜ୍ୟରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଅନ୍ୟପଟେ ଘୂର୍ଣ୍ଣିବଳୟ ଯୋଗୁଁ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଶୁକ୍ରବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ। ଏଥିପାଇଁ ଏହି ଜିଲ୍ଲାକୁ […]

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୪ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବ। ଏଥିଯୋଗୁଁ ଆଗକୁ ରାଜ୍ୟରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଅନ୍ୟପଟେ ଘୂର୍ଣ୍ଣିବଳୟ ଯୋଗୁଁ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଶୁକ୍ରବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ। ଏଥିପାଇଁ ଏହି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଯାଜପୁର, ଖୋର୍ଦ୍ଧା, ପୁରୀ, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ମଧ୍ୟ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ସମ୍ଭାବ୍ୟ ଲଘୁଚାପ ଓ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପ୍ରେମ ପାଇଁ ଘର ଛାଡ଼ିବା ପରେ ବିଷ ପିଇଦେଲେ ପ୍ରେମୀ ଯୁଗଳ: ନାବାଳିକା ମୃତ, ପ୍ରେମିକଙ୍କ ଅବସ୍ଥା ଗୁରୁତର

ଜୁନ୍‌ ପହିଲାରୁ ଏବେ ସୁଦ୍ଧା ରାଜ୍ୟରେ ହାରାହାରି ୭୬୪.୦ ମିମି ବର୍ଷା ହୋଇଛି। ସ୍ୱାଭାବିକ ବର୍ଷା ୮୧୧.୯ ମିମି ତୁଳନାରେ ୬ ପ୍ରତିଶତ କମ୍‌ ବର୍ଷା ରେକର୍ଡ ହୋଇଛି। ଜିଲ୍ଲାୱାରୀ ଦେଖିଲେ, ଏହି ସମୟ ମଧ୍ୟରେ ୭ଟି ଜିଲ୍ଲାରେ ନିଅଣ୍ଟିଆ ସ୍ଥିତି ରହିଥିବା ବେଳେ କଳାହାଣ୍ଡି ଓ ରାୟଗଡ଼ାରେ ସର୍ବାଧିକ ୩୦ ପ୍ରତିଶତ କମ୍‌ ବର୍ଷା ହୋଇଛି। ସେହିପରି ବଲାଙ୍ଗିରରେ ୨୮ ପ୍ରତିଶତ, ଗଜପତିରେ ୨୭ପ୍ରତିଶତ, ପୁରୀରେ ୨୮ ପ୍ରତିଶତ, ଖୋର୍ଦ୍ଧା ଓ ଯାଜପୁରରେ ୨୧ ପ୍ରତିଶତ ଲେଖାଏଁ କମ୍‌ ବର୍ଷା ରେକର୍ଡ ହୋଇଛି। ଏଥିସହ ୨ଟି ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ଓ ୨୧ଜିଲ୍ଲାରେ ବର୍ଷା ସ୍ୱାଭାବିକ ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ଡିଜିଟାଲ ପୋଲିସିଂରେ ଓଡ଼ିଶା ପୋଲିସର ନୂଆ ପଦକ୍ଷେପ, ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର