ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ଆରମ୍ଭ ହୋଇଛି। ଏଥିସହ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ମଧ୍ଯ ହେଉଥିବାର ଦେଖିବାକୁ ମିଳିଛ । ପୂର୍ବାନୁମାନଯାୟୀ, ରାଜ୍ଯରେ ୧୧ ତାରିଖ ପରଠାରୁ ବର୍ଷାର ପରିମାଣ କିଛି ମାତ୍ରାରେ ବଢ଼଼ିବାର ଥିଲା । ୧୧ ତାରିଖରେ ଉତ୍ତର କେନ୍ଦ୍ରୀୟ ଓଡ଼ିଶା ସମେତ ନୂଆପଡ଼ା, କଳାହାଣ୍ଡି,କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିଲା। ଏହାସହ ବରଗଡ଼଼, ବଲାଙ୍ଗୀର, […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ଆରମ୍ଭ ହୋଇଛି। ଏଥିସହ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ମଧ୍ଯ ହେଉଥିବାର ଦେଖିବାକୁ ମିଳିଛ ।

ପୂର୍ବାନୁମାନଯାୟୀ, ରାଜ୍ଯରେ ୧୧ ତାରିଖ ପରଠାରୁ ବର୍ଷାର ପରିମାଣ କିଛି ମାତ୍ରାରେ ବଢ଼଼ିବାର ଥିଲା । ୧୧ ତାରିଖରେ ଉତ୍ତର କେନ୍ଦ୍ରୀୟ ଓଡ଼ିଶା ସମେତ ନୂଆପଡ଼ା, କଳାହାଣ୍ଡି,କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିଲା। ଏହାସହ ବରଗଡ଼଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼଼ ଓ ଦେବଗଡ଼଼ରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧୨ ତାରିଖରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ପାଇବା ସହ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଥିଲା। ଏହି ସମୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, କଟକ ଓ ନୟାଗଡ଼଼ ଜିଲ୍ଲାରେ ଘଡ଼ଘଡ଼ି ସମ୍ଭାବନା ରହିଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଏପରି ପାଣିପାଗ ଲାଗି ରହିବ ବୋଲି କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

About The Author: The Sakala