ଆହୁରି ଦୁଇ ଦିନ ବର୍ଷା: ଦକ୍ଷିଣରେ କମିବ, ଉତ୍ତରରେ ବଢ଼ିବ

The Sakala Picture
Published On

ଭୁବନେଶ୍ୱର: ଲଘୁଚାପ ଯୋଗୁଁ ରାଜ୍ୟରେ ବର୍ଷା ଜାରି ରହିଛି। ଲଘୁଚାପ ସୃଷ୍ଟି ହେବା ପରେ ମୌସୁମୀ ସକ୍ରିୟ ହେବା ସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିଛି। ଏହି ବର୍ଷା ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ଦୁଇ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଅଧିକ ରହିବ ବୋଲି ଜଣାପଡ଼ିଛି। ଅନ୍ୟପଟେ ଦକ୍ଷିଣ-ଉପକୂଳ ଓଡ଼ିଶା ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଥିଲା। ଗୁରୁବାର ଏହା ଉତ୍ତର ଓଡ଼ିଶା ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ […]

ଭୁବନେଶ୍ୱର: ଲଘୁଚାପ ଯୋଗୁଁ ରାଜ୍ୟରେ ବର୍ଷା ଜାରି ରହିଛି। ଲଘୁଚାପ ସୃଷ୍ଟି ହେବା ପରେ ମୌସୁମୀ ସକ୍ରିୟ ହେବା ସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିଛି। ଏହି ବର୍ଷା ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବାକୁ ଥିବା ବେଳେ ଦୁଇ ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରକୋପ ଅଧିକ ରହିବ ବୋଲି ଜଣାପଡ଼ିଛି। ଅନ୍ୟପଟେ ଦକ୍ଷିଣ-ଉପକୂଳ ଓଡ଼ିଶା ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଥିଲା। ଗୁରୁବାର ଏହା ଉତ୍ତର ଓଡ଼ିଶା ଏବଂ ତାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହା ପ୍ରଭାବରେ ଏଣିକି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ହ୍ରାସ ହେବା ସହିତ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରକୋପ ବୃଦ୍ଧି ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର ଓ ବୌଦ୍ଧ ଆଦିରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ଅନ୍ୟପଟେ ଜୁଲାଇ ମାସରେ ହୋଇଥିବା ବର୍ଷା ଯୋଗୁଁ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୯ ପ୍ରତିଶତ ନିଅଣ୍ଟିଆ ବର୍ଷା ଭରଣା ହୋଇସାରିଛି। ଜୁନ ୧ରୁ ଜୁଲାଇ ୧୪ ମଧ୍ୟରେ ରାଜ୍ୟରେ ୩୪୫.୫ ମିମି ବର୍ଷା ହେବାକୁ ଥିବା ବେଳେ ୩୪୦.୮ ମିମି ବର୍ଷା ହୋଇଛି। ଯାହାକି ସ୍ୱାଭାବିକ ତୁଳନାରେ ୧ ପ୍ରତିଶତ କମ୍‍ ବୋଲି ପାଣିପାଗ କେନ୍ଦ୍ର କହିଛି। ତେବେ ଏହି ସମୟ ମଧ୍ୟରେ ୬ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ୭ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। ବାକି ୧୭ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୧୬କୁ ଘୁଞ୍ଚିଲା ଶୁଣାଣି

ପାଣିପାଗ କେନ୍ଦ୍ର କହିଛି ଯେ ଗତକାଲିର ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ହୋଇ ଗୋଟିଏ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଉତ୍ତର ଓଡ଼ିଶା ଉପକୂଳରେ ରହିଛି। ଏହାଠାରୁ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହି ଲଘୁଚାପ ପ୍ରଭାବରେ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର