ଆଜିଠୁ ରାଜ୍ୟରେ ବଦଳିବ ପାଗ, ଘୂର୍ଣ୍ଣିବଳୟ ପ୍ରଭାବରେ ୨ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ବଦଳିବ ପାଗ । ରାଜ୍ୟରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବ ଆଜିଠାରୁ ହ୍ରାସ ପାଇବ। ତେବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରକୋପ ରହୁଛି। ଗୁରୁବାର ମଧ୍ୟ ରାଜ୍ୟର ୨ ଟି ଜିଲ୍ଲା ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ […]

ଭୁବନେଶ୍ୱର: ରାଜ୍ୟରେ ଆଜିଠୁ ବଦଳିବ ପାଗ । ରାଜ୍ୟରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବ ଆଜିଠାରୁ ହ୍ରାସ ପାଇବ। ତେବେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ବିଶେଷ କରି ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରକୋପ ରହୁଛି। ଗୁରୁବାର ମଧ୍ୟ ରାଜ୍ୟର ୨ ଟି ଜିଲ୍ଲା ସୁନ୍ଦରଗଡ଼ ଓ କେନ୍ଦୁଝରରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଦୁଇ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର ୫.୮କିମି ଉଚ୍ଚତା ଯାଏଁ ରହିଛି। ଏହା ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଗତ ୩୬ ଘଣ୍ଟାରେ ପାରଦୀପରେ ୬୬.୩ ମିମି ବର୍ଷା ହୋଇଥିବା ବେଳେ ବୌଦ୍ଧରେ ୨୨, କେନ୍ଦ୍ରାପଡ଼ାରେ ୪୧, ନବରଙ୍ଗପୁରରେ ୨୫, ଯାଜପୁରରେ ୩୧, ପାରଳାଖେମୁଣ୍ଡିରେ ୨୨, ସୋନପୁରରେ ୨୯, ମାଲକାନଗିରିରେ ୩୪, ଫୁଲବାଣୀରେ ୫୭ ଓ ପୁରୀରେ ୪୨ ମିମି ବର୍ଷା ରେକର୍ଡ ହୋଇଛି। ଗୁରୁବାରଠାରୁ ବର୍ଷାର ପରିମାଣ କମିବା ସହ ୨୭ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର