ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ସପ୍ତାହବ୍ୟାପୀ ରକ୍ତଦାନ ଶିବିର

The Sakala Picture
Published On

ଭୁବନେଶ୍ୱର : କରୋନା ମହାମାରୀ ସମୟରେ ରକ୍ତସଙ୍କଟ ଦୂର କରିବା ପାଇଁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ସୋମବାରଠାରୁ ଭୁବନେଶ୍ୱରରେ ସପ୍ତାହବ୍ୟାପୀ ରକ୍ତଦାନ ଶିବିର ଆରମ୍ଭ ହୋଇଯାଇଛି। ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ଠାରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ମିିକୁ ପ୍ରଧାନଙ୍କ ନେତୃତ୍ୱରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇ ୨୨ ୟୁନିଟ୍‍ ରକ୍ତ ସଂଗ୍ରହ କରାଯାଇଛି। ଏହି କାର୍ଯ୍ୟକ୍ରମକୁ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ […]

ଭୁବନେଶ୍ୱର : କରୋନା ମହାମାରୀ ସମୟରେ ରକ୍ତସଙ୍କଟ ଦୂର କରିବା ପାଇଁ ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ସୋମବାରଠାରୁ ଭୁବନେଶ୍ୱରରେ ସପ୍ତାହବ୍ୟାପୀ ରକ୍ତଦାନ ଶିବିର ଆରମ୍ଭ ହୋଇଯାଇଛି। ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ଠାରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ମିିକୁ ପ୍ରଧାନଙ୍କ ନେତୃତ୍ୱରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇ ୨୨ ୟୁନିଟ୍‍ ରକ୍ତ ସଂଗ୍ରହ କରାଯାଇଛି।

ଆହୁରି ପଢ଼ନ୍ତୁ: ବିଜେପି ଶାସନରେ ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ଅସୁରକ୍ଷିତ, ମହିଳା ଓ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବାରେ ସରକାର ବିଫଳ: ବିଜେଡି

ଏହି କାର୍ଯ୍ୟକ୍ରମକୁ ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉଦଘାଟନ କରିଥିଲେ। ବିଜୁ ଛାତ୍ର ଜନତା ଦଳ ପକ୍ଷରୁ କରୋନା ସମୟରେ ରକ୍ତଭାବ ଦୂର କରିବା ପାଇଁ ଜୀବନ ବିନ୍ଦୁ ଏବଂ ରକ୍ତଦାନ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ଯେଉଁ ଆହ୍ୱାନ ଦିଆଯାଇଥିଲା ତାହାକୁ ସଫଳ କରିବାକୁ ଯାଇ ଏହି ରକ୍ତଦାନ ଶିବିର ଆୟୋଜନ କରାଯାଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: OUSSSC ପକ୍ଷରୁ ୭୨୬୮ କନେଷ୍ଟବଳ ଏବଂ ଅଗ୍ନିଶମ କର୍ମଚାରୀ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ

ଏହି ଅବସରରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଦେବୀ ମିଶ୍ର , ଅତନୁ ସବ୍ୟସାଚୀ ନାୟକ, ଓଡ଼ିଶା ମୋ ପରିବାର ଆବାହକ ଅରୂପ ପଟ୍ଟନାୟକ, ଓଡ଼ିଶା ମୋ ପରିବାର ସଂଯୋଜକ ରୁଦ୍ର ସାମନ୍ତରାୟ, ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆଗାମୀ ଦିନରେ ଏହି ରକ୍ତଦାନ ଶିବିରକୁ ଆହୁରି ବ୍ୟାପକ ଭାବେ ତ୍ୱରାନିତ କରାଯିବା ସହ କରୋନା ସମୟରେ ରକ୍ତ ଅଭାବ ନ ଦେଖା ଯିବା ପାଇଁ ବିଜୁ ଛାତ୍ର ଜନତା ଦଳର ପ୍ରତ୍ୟେକ କର୍ମକର୍ତ୍ତା ଉତ୍ସାହିତ ଓ ପ୍ରତିଶ୍ରୁତିବଦ୍ଧ ବୋଲି ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

ଏହି ପରିପ୍ରେକ୍ଷୀରେ ବିଜୁ ଛାତ୍ର ଜନତା ଦଳର ଖୋର୍ଦ୍ଧା ଜିଲ୍ଲା ସଭାପତି ବିଶ୍ୱଦୀପ୍‍ ପ୍ରଧାନ, ବିଜୁ ଜନତା ଦଳର ରାଜ୍ୟ ଉପସଭାପତି ବିଜୟ ବସନ୍ତିଆ , ରାଜ୍ୟ ସାଧାରଣ ସମ୍ପାଦକ ସୁଜିତ୍‍ ପାଲଟା ସିଂ,ରାଜ୍ୟ ଯୁଗ୍ମ ସମ୍ପାଦକ ଦେବୀ ପ୍ରସାଦ ଲେଙ୍କା ସମେତ ଭୁବନେଶ୍ୱର ଜିଲ୍ଲା ଛାତ୍ର ଉପସଭାପତି ସିଦ୍ଧାର୍ଥ ସ୍ୱାଇଁ ଓ ବହୁ ଛାତ୍ରନେତା ମଧ୍ୟ ଉପସ୍ଥିତ ଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର