ମନୋରଞ୍ଜନ

ହିରୋଙ୍କ ପାଇଁ ଅଭିଜ୍ଞତା, ହିରୋଇନଙ୍କ ପାଇଁ ସମସ୍ୟା! ବଲିଉଡର ଦ୍ୱିମୁଖୀ ନୀତି ଉପରେ ବର୍ଷିଲେ ଈଶା କୋପିକର
ଆମେରିକାରେ ଶାହରୁଖ୍ ଖାନଙ୍କ ନୂଆ କ୍ରିକେଟ୍ ଷ୍ଟାଡିୟମ୍: ଉଦ୍‌ଘାଟନୀ ଭିଡିଓରେ ନଜର ଆସିଲେ ପାକିସ୍ତାନୀ ବଂଶୋଦ୍ଭବ ଖେଳାଳି
ରିଆଲିଟି ସୋ 'ଦି ଆଲାଏନ୍ସ'ରେ ସୋହେଲ୍ ଖାନ୍‌ଙ୍କ ୱାଇଲ୍ଡ କାର୍ଡ ଏଣ୍ଟ୍ରି: ସଲମାନଙ୍କ ରିଆକ୍ସନ ବିଷୟରେ କହିଲେ ଅଭିନେତା
'କାଲା ହିରଣ' ବିବାଦ: ସେନ୍ସର ବୋର୍ଡକୁ ଯାଇନାହିଁ ଫିଲ୍ମ, ସଲମାନ ଖାନଙ୍କ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ସ୍ଥଗିତ
'ଟକ୍ସିକ୍'ର ନୂଆ ଟିଜର ରିଲିଜ୍: ଆକ୍ସନ୍ ବଦଳରେ ବୋଲ୍ଡ ସିନ୍ ଦେଖି ତାଜୁବ୍ ଫ୍ୟାନ୍ସ, ୟଶ୍ ଏବଂ କିଆରାଙ୍କ ରୋମାନ୍ସକୁ ନେଇ ଟ୍ରୋଲ୍ ହେଲେ ମେକର୍ସ

ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି, ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

Madhusudan Das Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଥିବାବେଳେ  କେତେକ ସ୍ଥାନରେ ଭୀଷଣରୁ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୫ ଜିଲ୍ଲା କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର ଓ ସୋନପୁରକୁ ଜାରି ହୋଇଛି ରେଡ୍ ଆଲର୍ଟ । ସେହିଭଳି ୮ ଜିଲ୍ଲାରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । 

ଆହୁରି ପଢ଼ନ୍ତୁ: ଓଲିଉଡର ବିଶିଷ୍ଟ କ୍ୟାମେରାମ୍ୟାନ ଦୀଲ୍ଲିପ ରାୟଙ୍କ ପରଲୋକ

ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହାଫଳରେ ଆସନ୍ତା ୩ ଦିନ ସମୁଦ୍ର ଅଶାନ୍ତ ରହିବ ବୋଲି ସତର୍କ କରିଛି ପାଣିପାଗ ବିଭାଗ।ଅଶାନ୍ତ ସମୁଦ୍ରକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ସେହିପରି ଲୋକମାନଙ୍କୁ ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ ପବନ ସମୟରେ ସତର୍କ ରହିବା ସହ ପାଣିପାଗ ବିଭାଗର ପରାମର୍ଶ ମାନିବାକୁ ଅନୁରୋଧ କରାଯାଇଛି।

ଆହୁରି ପଢ଼ନ୍ତୁ: ପ୍ରତ୍ୟକ୍ଷ ସ୍ନାନ ପରେ ଜ୍ୱରରେ ପଡ଼ି ଅଣସର ପିଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତି: ଆଜିଠୁ ଗୁପ୍ତ ସେବା

04 Jul 2026 By Madhusudan Das

ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି, ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଥିବାବେଳେ  କେତେକ ସ୍ଥାନରେ ଭୀଷଣରୁ ଅତିଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୫ ଜିଲ୍ଲା କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର ଓ ସୋନପୁରକୁ ଜାରି ହୋଇଛି ରେଡ୍ ଆଲର୍ଟ । ସେହିଭଳି ୮ ଜିଲ୍ଲାରେ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । 

ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହାଫଳରେ ଆସନ୍ତା ୩ ଦିନ ସମୁଦ୍ର ଅଶାନ୍ତ ରହିବ ବୋଲି ସତର୍କ କରିଛି ପାଣିପାଗ ବିଭାଗ।ଅଶାନ୍ତ ସମୁଦ୍ରକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ସେହିପରି ଲୋକମାନଙ୍କୁ ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ ପବନ ସମୟରେ ସତର୍କ ରହିବା ସହ ପାଣିପାଗ ବିଭାଗର ପରାମର୍ଶ ମାନିବାକୁ ଅନୁରୋଧ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର