କେବେଠୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ସୁନାବେଶ, ଏହାକୁ ନେଇ କ’ଣ ରହିଛି ଲୋକକଥା….

The Sakala Picture
Published On

ପୁରୀ : ମହଣ ମହଣ ସୁନା ଅଳଙ୍କାରରେ ଝଟକୁଛନ୍ତି ମହାବାହୁ।  ସିଂହଦ୍ବାର ସମ୍ମୁଖରେ ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସୁନାବେଶ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତମାନେ ନିଜକୁ ଧନ୍ୟ ମନେ କରୁଛନ୍ତି। ମହାପ୍ରଭୁଙ୍କର ଏହି ଦିବ୍ୟ ବେଶ ରାତି ୧୧ଟା ଯାଏଁ ରହିବ। ବର୍ଷକୁ ପାଞ୍ଚ ଥର ଏହି ସୁନା ବେଶ କରାଯାଏ। ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ […]

ପୁରୀ : ମହଣ ମହଣ ସୁନା ଅଳଙ୍କାରରେ ଝଟକୁଛନ୍ତି ମହାବାହୁ।  ସିଂହଦ୍ବାର ସମ୍ମୁଖରେ ତିନି ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ସୁନାବେଶ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତମାନେ ନିଜକୁ ଧନ୍ୟ ମନେ କରୁଛନ୍ତି। ମହାପ୍ରଭୁଙ୍କର ଏହି ଦିବ୍ୟ ବେଶ ରାତି ୧୧ଟା ଯାଏଁ ରହିବ। ବର୍ଷକୁ ପାଞ୍ଚ ଥର ଏହି ସୁନା ବେଶ କରାଯାଏ। ସୁନାବେଶ (ବା ରାଜବେଶ ବା ବଡ଼ତଢାଉ ବେଶ) ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ସାଜ କରାଯାଏ । ଏହା ପୌଷ ପୂର୍ଣ୍ଣିମା (ପୁଷ୍ୟାଭିଷେକ), ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ହରିଶୟନ ଏକାଦଶୀ (ବାହୁଡ଼ା ଏକାଦଶୀ), କାର୍ତ୍ତିକ ପୂର୍ଣ୍ଣିମା (ରାଜରାଜେଶ୍ୱର ବେଶ) ଓ ବିଜୟାଦଶମୀ (ଦଶହରା), ଦିନ ଅନୁଷ୍ଠିତ ହୋଇଥାଏ ।

ଆହୁରି ପଢ଼ନ୍ତୁ: ଅଗ୍ନି ନିରାପତ୍ତା ନଥିଲେ ସାବଧାନ: ଆଜିଠୁ ସାରା ରାଜ୍ୟରେ ଅଗ୍ନିଶମ ବିଭାଗର ସରପ୍ରାଇଜ୍ ଯାଞ୍ଚ ଆରମ୍ଭ

ଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । । ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ । ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି । ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି।

ଆହୁରି ପଢ଼ନ୍ତୁ: ଧର୍ମାନ୍ତରୀକରଣକୁ ନେଇ ତେଜିଲା ବିବାଦ: ୩ଦିନ ଧରି ରାସ୍ତାରେ ପଡ଼ିରହିଛି ଦାଦନ ଶ୍ରମିକଙ୍କ ଶବ, ଗାଁରେ ଉତ୍ତେଜନା

କେବେଠୁ ଆରମ୍ଭ ହୋଇଛି ସୁନାବେଶ 

ଆହୁରି ପଢ଼ନ୍ତୁ: ଗ୍ୟାସ୍ ଟାଙ୍କି ଫାଟି ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ରେଷ୍ଟୁରାଣ୍ଟ

ସୁନାବେଶକୁ ନେଇ ଅନେକ ଲୋକକଥା ରହିଛି । ଲୋକ କଥା ଦେଖିଲେ ସୁନାବେଶ ପ୍ରଚଳନର ଇତିହାସ ସମ୍ପର୍କରେ ଜଣାଯାଏ ଯେ, ଓଡ଼ିଆ ଜାତିର ପରମାରାଧ୍ୟ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ର ଦେବତା ରୂପେ ସ୍ୱୀକାର କରି ଏ ରାଜ୍ୟର ରାଜା ମହାରାଜାମାନେ ସ୍ୱୟଂ ରାଉତ ବା ଆଦେଶ ବାହକ ରୂପେ ମହାପ୍ରଭୁଙ୍କ ସେବା ନିର୍ବାହ କରିଥିବା ପ୍ରମାଣ ଶିଳାଲେଖରୁ ମିଳେ। ଶିଳାଲେଖରେ ଉଲ୍ଲେଖ ରହିଛି ରାଜା ଅନଙ୍ଗଭୀମ ଦେବ ୩ୟ(୧୨୧୧-୧୨୩୮) ଓଡ଼ିଆଙ୍କ ପରମାଧ୍ୟ ଶ୍ରୀଜଗନ୍ନାଥଙ୍କୁ ରାଷ୍ଟ୍ରଦେବତାରୂପେ ଘୋଷଣା କରିଥିଲେ । ଉତ୍କଳର ରାଜା ମହାରାଜା ମାନେ ପ୍ରଭୁଙ୍କ ଆଦେଶ ବାହକ ସେବକ ରୂପେ ସେବା କରୁଥିଲେ । କିଛି ରାଜା ମହାପ୍ରଭୁଙ୍କୁ ଓଡ଼ିଶାର ରାଜା ରୂପେ ଘୋଷଣାକରି ରାଜଭିଷେକ ମଧ୍ୟ କରିଥିଲେ ।

କିଛି ଗବେଷକଙ୍କ ମତରେ ରାଜା ଅନଙ୍ଗଭୀମ ଦେବ ପବିତ୍ର ଆଷାଢ଼ ଏକାଦଶୀ ତିଥିରେ ସୁନାବେଶ କରାଇଥିଲେ । ଅନ୍ୟ କେତେ ଗବେଷକଙ୍କ ମତରେ ରଥଉପରେ ସୁନାବେଶ ବଡ଼ତଢାଉଙ୍କ ପରାମର୍ଶରେ ରାଜା କରେଇଥିଲେ । ବଡ଼ତଢାଉ ବେଶ ମତରେ ରାଜା କପିଳେନ୍ଦ୍ର ଦେବ ୧୪୬୦ରେ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ବୋଝେଇ ସୁନାଅଳଙ୍କାର ଆଣିଥିଲେ ଥ୪ଧ ଏହାକୁ ମହାପ୍ରଭୁଙ୍କୁ ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ୱାରସ୍ଥିତ ଶିଳାଲେଖରେ ସୂଚନା ରହିଛି । ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ଶ ନେଇଥିଲେ । ରତ୍ନବେଦିରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁବର୍ଗରେ ଭକ୍ତ ଦର୍ଶନ କରି ପାରୁନାହାନ୍ତି ତେଣୁ ରଥ ଉପରେ ସବୁବର୍ଗର ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ କରେଇବାକୁ ବଡ଼ତଢାଉ ରାଜାଙ୍କୁ ବିନତି କରିଥିଲେ ।

ଦକ୍ଷିଣାଭିମୁଖୀ ଯାତ୍ରାରେ ତିନି ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ବଡ଼ ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁ ରାଜା ଅନୁମତି ଦେଇଥିଲେ । ବହୁବର୍ଷ ଧରି ରଥ ଉପରେ ସୁନାବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହେଇଥିଲା । ଏବେ ଏଥିରେ କିଛି ପରିବର୍ତ୍ତନ ହୋଇଛି । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ଭଣ୍ଡାର ଗୃହରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୋଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାନ୍ତି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୁଷଣ ଲାଗି କରିଥାନ୍ତି ।

ଓଡ଼ିଶାର କେଉଁ ରାଜାଙ୍କ ଶାସନ କାଳରେ ରାଜବେଶର ପ୍ରଚଳନ କରାଯାଇଥିଲା ତାହା ନିର୍ଦ୍ଦିଷ୍ଟ ଭାବରେ ଜଣାପଡ଼ୁନଥିବା ବେଳେ ପୁରୁଷୋତ୍ତମ ଶ୍ରୀଜଗନ୍ନାଥ ହିଁ ଓଡ଼ିଶା ରାଜ୍ୟର ରାଜା ବୋଲି ଗଙ୍ଗବଂଶର ରାଜା ଅନଙ୍ଗଭୀମ ଦେବ-୩ୟ(ଖ୍ରୀଷ୍ଟାବ୍ଦ୧୨୧୧-୧୨୩୮) ଘୋଷଣା କରିଥିଲେ। ହୁଏତ ତାଙ୍କ ସମୟରେ ଏହି ବେଶ ପ୍ରଚଳନ ହୋଇଥିବା ଅନୁମାନ କରାଯାଏ। କିଛି ବିଶେଷଜ୍ଞଙ୍କ ମତରେ ସମ୍ରାଟ କପିଳେନ୍ଦ୍ର ଦେବ(ଖ୍ରୀଷ୍ଟାବ୍ଦ ୧୪୩୫-୧୪୬୮) ଓଡ଼ିଶାର ରାଷ୍ଟ୍ରଦେବତା ଶ୍ରୀଜଗନ୍ନାଥଙ୍କ ପାଇଁ ଏହି ରାଜବେଶର ପ୍ରଚଳନ କରିଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ରାଜକୀୟତା ତାଙ୍କ ରାଜବେଶରେ ପ୍ରତିଫଳିତ ହୁଏ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର