କିଏ କେଉଁଠି ଉଡ଼ାଇବେ ପତାକା

ଭୁବନେଶ୍ୱର : ଆସନ୍ତା ସ୍ୱାଧୀନତା ଦିବସ ଉପଲକ୍ଷେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବରଗଡ଼ରେ ପତାକା ଉତ୍ତୋଳନ କରିବାକୁ ଥିବାବେଳେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କନ୍ଧମାଳରେ ଏବଂ ସମବାୟ, ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପୁରୀରେ ପତାକା ଉତ୍ତୋଳନ କରିବେ। ସେହିପରି କଟକରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ମୟୂରଭଞ୍ଜରେ ପଞ୍ଚାୟତିରାଜ […]

ଭୁବନେଶ୍ୱର : ଆସନ୍ତା ସ୍ୱାଧୀନତା ଦିବସ ଉପଲକ୍ଷେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବରଗଡ଼ରେ ପତାକା ଉତ୍ତୋଳନ କରିବାକୁ ଥିବାବେଳେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କନ୍ଧମାଳରେ ଏବଂ ସମବାୟ, ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପୁରୀରେ ପତାକା ଉତ୍ତୋଳନ କରିବେ। ସେହିପରି କଟକରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ମୟୂରଭଞ୍ଜରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ସୁନ୍ଦରଗଡ଼଼ରେ କୃଷିମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ବଲାଙ୍ଗୀରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, କଳାହାଣ୍ଡିରେ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, କୋରାପୁଟରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ପତାକା ଉତ୍ତୋଳନ କରିବେ।

ଅନ୍ୟମାନଙ୍କ ମଧ୍ୟରେ ଗଜପତିରେ ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ନୂଆପଡ଼ାରେ ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସମ୍ବଲପୁରରେ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଅନୁଗୁଳରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୋନପୁରରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ, କେନ୍ଦୁଝରରେ ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ମାଲକାନଗିରିରେ ବୟନ ଓ ହସ୍ତତନ୍ତ ମନ୍ତ୍ରୀ ପଦ୍ମିନୀ ଦିଆନ୍‍ ଏବଂ ନବରଙ୍ଗପୁରରେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆରଡିସି ଏବଂ ରାଉରକେଲାରେ ଉତ୍ତରାଞ୍ଚଳ ଆରଡିସି ପତାକା ଉତ୍ତୋଳନ କରିବେ। ଅନ୍ୟପକ୍ଷରେ ଖୋର୍ଦ୍ଧା, ଭଦ୍ରକ, ବୌଦ୍ଧ, ଦେବଗଡ଼଼, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ରାୟଗଡ଼଼ା ଓ ନୟାଗଡ଼ ଜିଲ୍ଲାରେ ସେଠାକାର ଜିଲ୍ଲାପାଳମାନେ ପତାକା ଉତ୍ତୋଳନ କରିବେ ବୋଲି ଜଣାପଡ଼ିଛି।

About The Author: The Sakala