କେହି ମାନିଲେନି, ଦୁଇଦିନ ରାତିସାରା ଫୁଟିଲା ବାଣ; ରାଜଧାନୀରେ ପ୍ରଦୂଷଣ ପାରଦ ଉପରମୁହାଁ

The Sakala Picture
Published On

ଭୁବନେଶ୍ୱର: କେହି ମାନିଲେନି କଟକଣା । ଦୁଇଦିନ ଧରି ସନ୍ଧ୍ୟା ୫ଟା ନବାଜୁଣୁ ଆରମ୍ଭ କରିଦେଲେ ଢ଼ୋ ଢା । ଆଉ ତାପରେ ଧୂଆଁମୟ ହୋଇଗଲା ରାଜଧାନୀ ଭୁବନେଶ୍ବର । ଦୀପାବଳିରେ ବେପରୁଆ ଫୁଟିଲା ବାଣ, ଅଣାୟତ ହେଲା ରାଜଧାନୀର ପ୍ରଦୂଷଣ । ବାଣ ଧୂଆଁରେ ଅଣନିଃଶ୍ବାସୀ ରାଜଧାନୀ ବାସିନ୍ଦା । ଏଥର ଦୁଇଦିନ ଦୀପାବଳି ପାଳନ ହୋଇଥିବାବେଳେ ଭୁବନେଶ୍ବରରେ ଲଗାତାର ଦୁଇଦିନ ଲୋକେ ମାତ୍ରାଧିକ ବାଣ ଫୁଟାଇଛନ୍ତି । ଅତ୍ଯଧିକ ବାଣ ଫୁଟା ଯୋଗୁ ଭୁବନେଶ୍ବରରେ […]

ଭୁବନେଶ୍ୱର: କେହି ମାନିଲେନି କଟକଣା । ଦୁଇଦିନ ଧରି ସନ୍ଧ୍ୟା ୫ଟା ନବାଜୁଣୁ ଆରମ୍ଭ କରିଦେଲେ ଢ଼ୋ ଢା । ଆଉ ତାପରେ ଧୂଆଁମୟ ହୋଇଗଲା ରାଜଧାନୀ ଭୁବନେଶ୍ବର । ଦୀପାବଳିରେ ବେପରୁଆ ଫୁଟିଲା ବାଣ, ଅଣାୟତ ହେଲା ରାଜଧାନୀର ପ୍ରଦୂଷଣ । ବାଣ ଧୂଆଁରେ ଅଣନିଃଶ୍ବାସୀ ରାଜଧାନୀ ବାସିନ୍ଦା । ଏଥର ଦୁଇଦିନ ଦୀପାବଳି ପାଳନ ହୋଇଥିବାବେଳେ ଭୁବନେଶ୍ବରରେ ଲଗାତାର ଦୁଇଦିନ ଲୋକେ ମାତ୍ରାଧିକ ବାଣ ଫୁଟାଇଛନ୍ତି । ଅତ୍ଯଧିକ ବାଣ ଫୁଟା ଯୋଗୁ ଭୁବନେଶ୍ବରରେ ଏୟାର କ୍ବାଲିଟି ଖରାପ ହୋଇଛି । ଗତକାଲି ସନ୍ଧ୍ୟାରୁ ଚାରିଆଡ଼ ଧୂଆଁମୟ ହୋଇଯାଇଥିଲା । ୧୦ ମିଟର ଆଗକୁ ଦେଖିବା ବି ସହଜ ହେଉନଥିଲା ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଦୀପାବଳି ବାଣଫୁଟା ଯୋଗୁ ଗତକାଲି ଭୁବନେଶ୍ବରର ଏୟାର କ୍ୱାଲିଟି ଇଣ୍ଡେକ୍ସ ବା AQI ୧୪୨ ଛୁଇଁଛି । ଏହି ସମୟରେ ତାଳଚେରର ହାରାହାରି ପ୍ରଦୂଷଣ ମାତ୍ରା ୨୩୫ ଥିବାବେଳେ ବାଲେଶ୍ୱରର ଏକ୍ଯୁଆଇ ୧୧୧, ରାଉରକେଲାରେ ୧୭୦ ଓ କଟକର ଏକ୍ଯୁଆଇ ୧୧୦ ରହିଛି । ଗୋଟିଏ ସମୟରେ ମାତ୍ରାଧିକ ବାଣ ଫୁଟା ଯୋଗୁ ପ୍ରଦୂଷଣ ମାତ୍ରା ବଢିଯାଇଛି । ବାଣରୁ ନିର୍ଗତ ଧୂଆଁ ଓ ଶିଳ୍ପ ବର୍ଯ୍ୟବସ୍ତୁ ବାୟୁମଣ୍ଡଳକୁ ପ୍ରବେଶ କରୁଛି । ଯେଉଁଥିରେ ଅଙ୍ଗାରକାମ୍ଳ, ଗନ୍ଧକ, ଯବକ୍ଷାରଜାନ ଓ ମିଥେନ ପରି ବିଷାକ୍ତ ଗ୍ୟାସ୍ ରହିଛି । ଯାହା ସବୁଜ ଗୃହ ବାଷ୍ପକୁ ପ୍ରୋତ୍ସାହିତ କରିଚାଲିଛି । ଏଥିରେ ବାଣ ଫୁଟା ପରେ ବାୟୁମଣ୍ଡଳରେ ସବୁଜ ଗୃହ ବାଷ୍ପ ଆହୁରି ବଢିଯାଏ । ଏଭଳି ବାୟୁ ପ୍ରଦୂଷଣକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ପରିବେଶବିତ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

02 Nov 2024 By The Sakala

କେହି ମାନିଲେନି, ଦୁଇଦିନ ରାତିସାରା ଫୁଟିଲା ବାଣ; ରାଜଧାନୀରେ ପ୍ରଦୂଷଣ ପାରଦ ଉପରମୁହାଁ

ଭୁବନେଶ୍ୱର: କେହି ମାନିଲେନି କଟକଣା । ଦୁଇଦିନ ଧରି ସନ୍ଧ୍ୟା ୫ଟା ନବାଜୁଣୁ ଆରମ୍ଭ କରିଦେଲେ ଢ଼ୋ ଢା । ଆଉ ତାପରେ ଧୂଆଁମୟ ହୋଇଗଲା ରାଜଧାନୀ ଭୁବନେଶ୍ବର । ଦୀପାବଳିରେ ବେପରୁଆ ଫୁଟିଲା ବାଣ, ଅଣାୟତ ହେଲା ରାଜଧାନୀର ପ୍ରଦୂଷଣ । ବାଣ ଧୂଆଁରେ ଅଣନିଃଶ୍ବାସୀ ରାଜଧାନୀ ବାସିନ୍ଦା । ଏଥର ଦୁଇଦିନ ଦୀପାବଳି ପାଳନ ହୋଇଥିବାବେଳେ ଭୁବନେଶ୍ବରରେ ଲଗାତାର ଦୁଇଦିନ ଲୋକେ ମାତ୍ରାଧିକ ବାଣ ଫୁଟାଇଛନ୍ତି । ଅତ୍ଯଧିକ ବାଣ ଫୁଟା ଯୋଗୁ ଭୁବନେଶ୍ବରରେ ଏୟାର କ୍ବାଲିଟି ଖରାପ ହୋଇଛି । ଗତକାଲି ସନ୍ଧ୍ୟାରୁ ଚାରିଆଡ଼ ଧୂଆଁମୟ ହୋଇଯାଇଥିଲା । ୧୦ ମିଟର ଆଗକୁ ଦେଖିବା ବି ସହଜ ହେଉନଥିଲା ।

ଦୀପାବଳି ବାଣଫୁଟା ଯୋଗୁ ଗତକାଲି ଭୁବନେଶ୍ବରର ଏୟାର କ୍ୱାଲିଟି ଇଣ୍ଡେକ୍ସ ବା AQI ୧୪୨ ଛୁଇଁଛି । ଏହି ସମୟରେ ତାଳଚେରର ହାରାହାରି ପ୍ରଦୂଷଣ ମାତ୍ରା ୨୩୫ ଥିବାବେଳେ ବାଲେଶ୍ୱରର ଏକ୍ଯୁଆଇ ୧୧୧, ରାଉରକେଲାରେ ୧୭୦ ଓ କଟକର ଏକ୍ଯୁଆଇ ୧୧୦ ରହିଛି । ଗୋଟିଏ ସମୟରେ ମାତ୍ରାଧିକ ବାଣ ଫୁଟା ଯୋଗୁ ପ୍ରଦୂଷଣ ମାତ୍ରା ବଢିଯାଇଛି । ବାଣରୁ ନିର୍ଗତ ଧୂଆଁ ଓ ଶିଳ୍ପ ବର୍ଯ୍ୟବସ୍ତୁ ବାୟୁମଣ୍ଡଳକୁ ପ୍ରବେଶ କରୁଛି । ଯେଉଁଥିରେ ଅଙ୍ଗାରକାମ୍ଳ, ଗନ୍ଧକ, ଯବକ୍ଷାରଜାନ ଓ ମିଥେନ ପରି ବିଷାକ୍ତ ଗ୍ୟାସ୍ ରହିଛି । ଯାହା ସବୁଜ ଗୃହ ବାଷ୍ପକୁ ପ୍ରୋତ୍ସାହିତ କରିଚାଲିଛି । ଏଥିରେ ବାଣ ଫୁଟା ପରେ ବାୟୁମଣ୍ଡଳରେ ସବୁଜ ଗୃହ ବାଷ୍ପ ଆହୁରି ବଢିଯାଏ । ଏଭଳି ବାୟୁ ପ୍ରଦୂଷଣକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ପରିବେଶବିତ ।

https://www.thesakala.in/latest-odisha-news/whole-bhubaneswar-in-covered-with-smoke/article-36251
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର