ରାଜ୍ଯରେ ପୁଣି ବଢିବ ଶୀତ: ଘନ କୁହୁଡି ପାଇଁ ଜାରି ହେଲା ସତର୍କ ସୂଚନା

The Sakala Picture
Published On

ଭୁବନେଶ୍ୱର: ପୁଣି ବଢିବ ଶୀତ। ଉପାନ୍ତରୁ ଉପକୂଳ ଥରିବ ଓଡିଶା। ସ୍ୱାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ଯନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦୁଇ ଦିନ ପରେ ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳ ଓଡିଶାରେ ପାରା କମିବ। ଫଳରେ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ହେବା ସହ ପୁଣି ଏକ ସପ୍ତାହ ପର୍ଯ୍ଯନ୍ତ ଜାଡ଼ରେ ଥରିବ ଓଡ଼ିଶା ।  ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ […]

ଭୁବନେଶ୍ୱର: ପୁଣି ବଢିବ ଶୀତ। ଉପାନ୍ତରୁ ଉପକୂଳ ଥରିବ ଓଡିଶା। ସ୍ୱାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ଯନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦୁଇ ଦିନ ପରେ ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳ ଓଡିଶାରେ ପାରା କମିବ। ଫଳରେ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ହେବା ସହ ପୁଣି ଏକ ସପ୍ତାହ ପର୍ଯ୍ଯନ୍ତ ଜାଡ଼ରେ ଥରିବ ଓଡ଼ିଶା ।  ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି। ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡି ପାଇଁ  ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଉକ୍ତ ଜିଲ୍ଲା ଗୁଡ଼ିକ ହେଲା- ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

ସେହିପରି ୨୬ ତାରିଖରେ ୧୦ ଟି ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ଖୋର୍ଦ୍ଧା ଏବଂ କଟକକୁ ଘନ କୁହୁଡି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।

୨୭ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲା କୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଝାଡ଼ଖଣ୍ଡ ଏବଂ ଏହାର ଆଖପାଖ ରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ। ସେହିପରି ୨୬ ତାରିଖରେ ମଧ୍ୟ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବଜ୍ରପାତ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ସେପଟେ ଘନ କୁହୁଡି ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି।

ଘନ କୁହୁଡ଼ିରେ ଗାଡ଼ି ଚାଳନା ଉପରେ ସତର୍କ ନଜର ରଖିବା ସହ ଆବଶ୍ୟକ ପଦକ୍ଷେପ ନେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି କୁହୁଡି ସମୟରେ ପୋଲିସ ଏବଂ ପରିବହନ ବିଭାଗ ଦୁର୍ଘଟଣା ରୋକିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି।

24 Jan 2022 By The Sakala

https://www.thesakala.in/latest-odisha-news/winter-rise-again-and-also-warned-of-heavy-fog/article-8712
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର