ବିଧାନସଭା ଶୀତ ଅଧିବେଶନ: ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଆସନ୍ତାକାଲି ଯାଏଁ ଗୃହ ମୁଲତବି

The Sakala Picture
Published On

ଭୁବନେଶ୍ବର: ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବାର ଥିଲା। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଅଚଳ ହୋଇଛି। ଗୃହକୁ ଆସନ୍ତାକାଲି ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ । ଆଜି କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚ ଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର […]

ଭୁବନେଶ୍ବର: ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବାର ଥିଲା। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଅଚଳ ହୋଇଛି। ଗୃହକୁ ଆସନ୍ତାକାଲି ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଆଜି କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚ ଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ରହିଥିଲା। ତେବେ ଆଜି ଦିନ ୧୦.୩୦ରେ ବିଧାନସଭା ଆରମ୍ଭ ହେଉ ହେଉ ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହକୁ ଦିନ ୧୨ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିିଥିଲେ। ପରେ ପୁଣି ଆରମ୍ଭ ହୋଇଥିଲା। ସମାନ ସ୍ଥିତି ଜାରି ରହିବାରୁ ଗୃହକୁ ୪ଟା ଯାଏଁ ମୁଲତବି ରଖାଯାଇଥିଲା। ପରିସ୍ଥିତି ସ୍ୱାଭାବିକ ପାଇଁ ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି । ତେବେ ଏଥିରେ ସୁଫଳ ମିଳି ନ ଥିଲା। ଗୃହ କାର୍ଯ୍ୟ ୪ଟାରୁ ଆରମ୍ଭ ହେଉହେଉ ପୁଣି ହଟ୍ଟଗୋଳ କରିଥିଲେ ବିରୋଧୀ । ଫଳରେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହ କାର୍ଯ୍ୟକୁ ମୁଲତବି ରଖିଛନ୍ତି ବାରସ୍ପତି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବିଧାନସଭାରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା । ପ୍ରଥମ ଦିନରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଗୃହୀତ ହେଲା ପରେ ଗୃହକାର୍ଯ୍ୟକୁ ମୁଲତବୀ ରଖାଯାଇଥିଲା ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

22 Nov 2023 By The Sakala

ବିଧାନସଭା ଶୀତ ଅଧିବେଶନ: ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଆସନ୍ତାକାଲି ଯାଏଁ ଗୃହ ମୁଲତବି

ଭୁବନେଶ୍ବର: ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଭିନ୍ନ ପ୍ରସଙ୍ଗରେ ଗୃହ ସରଗରମ ହେବାର ଥିଲା। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁଁ ବିଧାନସଭା ଅଚଳ ହୋଇଛି। ଗୃହକୁ ଆସନ୍ତାକାଲି ପର୍ଯ୍ୟନ୍ତ ମୁଲତବି ରଖିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ ।

ଆଜି କୃଷି ଓ କୃଷକ ସଶକ୍ତିକରଣ, ଉଚ୍ଚ ଶିକ୍ଷା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ସମବାୟ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରଶ୍ନକାଳ ରହିଥିଲା। ତେବେ ଆଜି ଦିନ ୧୦.୩୦ରେ ବିଧାନସଭା ଆରମ୍ଭ ହେଉ ହେଉ ବିରୋଧୀଙ୍କ ହୋହଲ୍ଲା ଯୋଗୁଁ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହକୁ ଦିନ ୧୨ ପର୍ଯ୍ୟନ୍ତ ମୁଲତବି ଘୋଷଣା କରିିଥିଲେ। ପରେ ପୁଣି ଆରମ୍ଭ ହୋଇଥିଲା। ସମାନ ସ୍ଥିତି ଜାରି ରହିବାରୁ ଗୃହକୁ ୪ଟା ଯାଏଁ ମୁଲତବି ରଖାଯାଇଥିଲା। ପରିସ୍ଥିତି ସ୍ୱାଭାବିକ ପାଇଁ ସର୍ବଦଳୀୟ ବୈଠକ ଡାକିଥିଲେ ବାଚସ୍ପତି । ତେବେ ଏଥିରେ ସୁଫଳ ମିଳି ନ ଥିଲା। ଗୃହ କାର୍ଯ୍ୟ ୪ଟାରୁ ଆରମ୍ଭ ହେଉହେଉ ପୁଣି ହଟ୍ଟଗୋଳ କରିଥିଲେ ବିରୋଧୀ । ଫଳରେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହ କାର୍ଯ୍ୟକୁ ମୁଲତବି ରଖିଛନ୍ତି ବାରସ୍ପତି।

ଉଲ୍ଲେଖଯୋଗ୍ୟ, ମଙ୍ଗଳବାର ବିଧାନସଭାରେ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଥିଲା । ପ୍ରଥମ ଦିନରେ ଦିବଂଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶୋକ ପ୍ରସ୍ତାବ ଗୃହୀତ ହେଲା ପରେ ଗୃହକାର୍ଯ୍ୟକୁ ମୁଲତବୀ ରଖାଯାଇଥିଲା ।

https://www.thesakala.in/latest-odisha-news/winter-session-assembly-adjourned-till-tomorrow/article-27550
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର