ରଥ ପ୍ରସ୍ତୁତ, ପଥ ବି ପ୍ରସ୍ତୁତ; ରଥାରୁଢ଼ ହୋଇ ଭାଇଭଉଣୀଙ୍କ ସହ ଜନ୍ମବେଦୀକୁ ଯାତ୍ରା କରିବେ ମହାବାହୁ

The Sakala Picture
Published On

ପୁରୀ: ରଥ ପ୍ରସ୍ତୁତ, ପଥ ବି ପ୍ରସ୍ତୁତ । ଭକ୍ତଙ୍କ ଗହଳିରେ ଉଛୁଳୁଛି ଶ୍ରୀକ୍ଷେତ୍ର । ଆଜି ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ଘୋଷଯାତ୍ରାରେ ଯିବେ ମହାପ୍ରଭୁ । ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ଯାତ୍ରା କରିବେ ଚତୁର୍ଦ୍ଧାମୂର୍ତ୍ତି ।ଏକାକାର ହେବେ ଭକ୍ତ ଓ ଭଗବାନ । ଏଥିପାଇଁ ପୂର୍ବରୁ ସିଂହଦ୍ବାର ଆଗରେ ପ୍ରସ୍ତୁତ ହୋଇ ରହିଛନ୍ତି ୩ ରଥ । ୧୩ ଦିନ ଅନବସର ପରେ ରଥ ଉପରେ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । […]

ପୁରୀ: ରଥ ପ୍ରସ୍ତୁତ, ପଥ ବି ପ୍ରସ୍ତୁତ । ଭକ୍ତଙ୍କ ଗହଳିରେ ଉଛୁଳୁଛି ଶ୍ରୀକ୍ଷେତ୍ର । ଆଜି ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ଘୋଷଯାତ୍ରାରେ ଯିବେ ମହାପ୍ରଭୁ । ରତ୍ନବେଦୀ ଛାଡ଼ି ଜନ୍ମବେଦୀକୁ ଯାତ୍ରା କରିବେ ଚତୁର୍ଦ୍ଧାମୂର୍ତ୍ତି ।ଏକାକାର ହେବେ ଭକ୍ତ ଓ ଭଗବାନ । ଏଥିପାଇଁ ପୂର୍ବରୁ ସିଂହଦ୍ବାର ଆଗରେ ପ୍ରସ୍ତୁତ ହୋଇ ରହିଛନ୍ତି ୩ ରଥ । ୧୩ ଦିନ ଅନବସର ପରେ ରଥ ଉପରେ ଚତୁର୍ଦ୍ଧା ବିଗ୍ରହଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ ।

ଆହୁରି ପଢ଼ନ୍ତୁ: ଲଗାଣ ବର୍ଷା ଯୋଗୁଁ ମାଟିକାନ୍ଥ ପଡି ମହିଳା ମୃତ

ବର୍ଷକ ପରେ ବଡ଼ଦାଣ୍ଡରେ ହେବ ଭକ୍ତ-ଭଗବାନଙ୍କର ଅପୂର୍ବ ମିଳନ। ଏଥିପାଇଁ ମହାବାହୁଙ୍କ ଆସିବା ବାଟକୁ ଅନାଇ ରହିଛନ୍ତି ଅଗଣିତ ଭକ୍ତ। ସ୍ବାଗତ ପାଇଁ ପ୍ରସ୍ତୁତ ହୋଇ ସାରିଛନ୍ତି ରଥ-ପଥ-ଭକ୍ତ। ୧୯୭୧ ମସିହା ପରେ ଏଭଳି ବିରଳ ରଥଯାତ୍ରା ଅନୁଷ୍ଠିତ ହେଉଛି। ୫୩ ବର୍ଷ ପରେ ଚଳିତ ବର୍ଷ ବିରଳ ରଥଯାତ୍ରା ଦେଖିବାକୁ ଯାଉଛନ୍ତି ଭକ୍ତ। ୧୫ ଦିନ ଅଣସର ବଦଳରେ ୧୩ ଦିନ ଅଣସର ନୀତି ଥିବାରୁ ଗୋଟିଏ ଦିନରେ ଅନୁଷ୍ଠିତ ହେବ ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା। ଦୁଇଦିନ ଧରି ଭକ୍ତ ଦେଖିବେ ରଥଯାତ୍ରା।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ପୋଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଲୋକେଶ ଆହତ

ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ସରକାର, ଜିଲ୍ଲା ପ୍ରଶାସନ, ପୁଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ପବିତ୍ର ଆଷାଢ ଶୁକ୍ଳ ଦ୍ୱିତୀୟାରେ ରଥାରୁଢ ହୋଇ ଚତୁର୍ଦ୍ଧାବିଗ୍ରହ ଯିବେ ଗୁଣ୍ଡିଚା ମନ୍ଦିର। ଅଣସର ପରେ ନବଦିନାତ୍ମକ ଯାତ୍ରାରେ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି ମହାବାହୁ। ଆଉ ଦାରୁଦିଅଁଙ୍କ ଆଗମନକୁ ସିଂହଦ୍ୱାରରେ ଅପକ୍ଷୋର କରି ରହିଛନ୍ତି ତିନିରଥ। ରବିବାର ଅପରାହ୍ନ ୧ଟା ୧୦ରୁ ଚତୁର୍ଦ୍ଧାବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇ ଅପରାହ୍ନ ୫ଟାରେ ରଥ ଟାଣିବା ଲାଗି ନୀତି ନିର୍ଘଣ୍ଟ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଲିଙ୍ଗରାଜ ଥାନା ପୋଲିସ, ହତ୍ୟା ଅଭିଯୁକ୍ତର ଘରେ ଚାଲିଲା ବୁଲଡୋଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର