ଆଜି ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ, ୪୦ରୁ ୫୦ କିମି ବେଗରେ ବହିବ ପବନ

ଭୁବନେଶ୍ବର : ଆଜିଠୁ ରାଜ୍ୟ କମିବ ତାପମାତ୍ରା । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାରୁ ତାପମାତ୍ରା କମିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି । ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ ରହିଛି । ରାଜ୍ୟରେ ଆଜିଠୁ ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ । କିଛିଦିନର ବ୍ୟବଧାନ ପରେ ଦିନ […]

ଭୁବନେଶ୍ବର : ଆଜିଠୁ ରାଜ୍ୟ କମିବ ତାପମାତ୍ରା । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାରୁ ତାପମାତ୍ରା କମିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରାଯାଇଛି । ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ ରହିଛି ।

ରାଜ୍ୟରେ ଆଜିଠୁ ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ । କିଛିଦିନର ବ୍ୟବଧାନ ପରେ ଦିନ ତାପମାତ୍ରା ବଢିବାରେ ଲାଗିଛି । ସକାଳୁ ଖରା ବଢୁଛି । ଅଧିକାଂଶ ସହରର ପାରଦ ୪୦ ଡିଗ୍ରୀ ପାଖାପାଖି ରହୁଛି । ମଧ୍ୟାହ୍ନ ପରେ ଆକାଶ ମେଘୁଆ ହେବା ସହ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି । ଅନେକ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସର କୁଆପଥର ବର୍ଷା ହେଉଛି ।

ଆଜି କାଳବୈଶାଖୀ ନେଇ ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ତୁହାକୁ ତୁହା ବର୍ଷା ହେଉଛି । ଝଡ଼ ତୋଫାନ ସମୟରେ ଘରୁ ନବାହିରାବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଗଜପତି, ମାଲକାନଗିରି, କେରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, ଝାରସୁଗୁଡା, ବେବଗଡ଼, ଅନୁଗୁଳ ଆଦି ଜିଲ୍ଲାରେ ଘଡଘଡି ସହ ବର୍ଷା ହୋଇପାରେ ।

ସେହିପରି ମେ ୨, ୩, ୪ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶରେ ବର୍ଷା ସମ୍ଭବନା ରହିଛି । ବର୍ଷା ଯୋଗୁଁ ୫ ତାରିଖ ଯାଏ ରାଜ୍ୟରେ ତାପମାତ୍ରା କମ ରହିବ । ୬ ତାରିଖରୁ ପୁଣି ଗରମ ବଢିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ତେବେ ରାଜଧାନୀରେ ଗତକାଲି ସର୍ବୋଚ ତାପାମାତ୍ରା ୩୯ ଦଶମିକ ୯ ଡିଗ୍ରୀ ରେକର୍ଡ କରାଯାଇଛି । ଚାନ୍ଦବାଲିରେ ୩୮ ଡିଗ୍ରୀ ଦଶମିକ ୮ ଡିଗ୍ରୀ, ଅନୁଗୁଳରେ ୩୮ ଦଶମିକ ୧ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

About The Author: The Sakala