ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଓ୍ବେଲମାର୍କ ଲୋପ୍ରେସର। ଯାହା ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପର ରୂପ ନେବ। ଆଉ ଯାହାର ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ଏହାରି ମଧ୍ୟରେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। କନ୍ଧମାଳ, ଅନୁଗୁଳ, କେନ୍ଦୁଝର ଏବଂ ପୁରୀକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୧୧୦ ରୁ ୨୦୦ ମିମି ବର୍ଷିବା ସମ୍ଭାବନା ରହିଛି।
ସେହିପରି ପ୍ରବଳ ବର୍ଷା ନେଇ ଟୁଇନସିଟି ସହ ୧୧ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଗଞ୍ଜାମ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ବାଲେଶ୍ବର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡାକୁ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷିବା ସମ୍ଭାବନା ରହିଛି।