ବର୍ଷା- ବଜ୍ରପାତ ନେଇ ଆଗାମୀ ୩ ଘଣ୍ଟା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, […]
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।
ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ
ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମାୟୁରଭଞ୍ଜ, ମାଲକାନଗିରି। ସେହିପରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା ନୟାଗଡ଼, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, କନ୍ଧାମାଳ, ଯାଜପୁର, କଟକ, ଖୋର୍ଦ୍ଧା, ବୌଦ୍ଧ, ନବରଙ୍ଗପୁର ଓ ଦେବଗଡ । ଏଥିସହ ଟ୍ବିନ ସିିଟିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ
ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।






