ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ବଙ୍ଗୋସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗତକାଲି ଲଘୁଚାପର ରୂପ ନେଇଛି। ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଫଳରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଆଗାମୀ ୨୪ ଘଣ୍ଟା ପାଇଁ ୧୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ମାଲକାନାଗାରି, କୋରାପୁଟ, ଗଜପତି, ରାୟଗଡ଼ା, […]
ଭୁବନେଶ୍ୱର : ବଙ୍ଗୋସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗତକାଲି ଲଘୁଚାପର ରୂପ ନେଇଛି। ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ରରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ଫଳରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଆଗାମୀ ୨୪ ଘଣ୍ଟା ପାଇଁ ୧୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ମାଲକାନାଗାରି, କୋରାପୁଟ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗଡ଼ା, ସୁନ୍ଦରଗଡ଼, ଅନଗୁଳ, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।





