ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା, ଆଗାମୀ ୨୪ ଘଣ୍ଟା ପାଇଁ କୁହୁଡ଼ି ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର କିଛି ସ୍ଥାନରେ ବର୍ତ୍ତମାନ ରାତିରେ ଶୀତ ଅନୁଭୂତ ହେଉଥିବା ବେଳେ ଦିନ ବେଳା ଶୀତଋତୁର ପ୍ରଭାବ ଆଉ ନାହିଁ । ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୨୪ ଘଣ୍ଟା ପାଇଁ କୁହୁଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି। ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, […]

ଭୁବନେଶ୍ବର: ରାଜ୍ୟର କିଛି ସ୍ଥାନରେ ବର୍ତ୍ତମାନ ରାତିରେ ଶୀତ ଅନୁଭୂତ ହେଉଥିବା ବେଳେ ଦିନ ବେଳା ଶୀତଋତୁର ପ୍ରଭାବ ଆଉ ନାହିଁ । ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୨୪ ଘଣ୍ଟା ପାଇଁ କୁହୁଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏସବୁ ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ହେବ। ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରାଯାଇଛି। ତାପମାତ୍ରା ବୃଦ୍ଧି ସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

24 Jan 2025 By The Sakala

ରାଜ୍ୟରେ ବୃଦ୍ଧି ପାଇବ ତାପମାତ୍ରା, ଆଗାମୀ ୨୪ ଘଣ୍ଟା ପାଇଁ କୁହୁଡ଼ି ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର କିଛି ସ୍ଥାନରେ ବର୍ତ୍ତମାନ ରାତିରେ ଶୀତ ଅନୁଭୂତ ହେଉଥିବା ବେଳେ ଦିନ ବେଳା ଶୀତଋତୁର ପ୍ରଭାବ ଆଉ ନାହିଁ । ଏହାରି ମଧ୍ୟରେ ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୨୪ ଘଣ୍ଟା ପାଇଁ କୁହୁଡ଼ି ନେଇ ସତର୍କ ସୂଚନା ଜାରି କରାଯାଇଛି।

ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଓ ନୟାଗଡ଼କୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏସବୁ ଜିଲ୍ଲାଗୁଡ଼ିକରେ ଦୃଶ୍ୟମାନତା ୫୦ରୁ ୨୦୦ ମିଟର ମଧ୍ୟରେ ରହିବ। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବୃଦ୍ଧି ହେବ। ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରାଯାଇଛି। ତାପମାତ୍ରା ବୃଦ୍ଧି ସହ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର