ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ରହିଛି। ଏଥିପାଇଁ ଉକ୍ତ ୯ ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦେବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। […]

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ରହିଛି। ଏଥିପାଇଁ ଉକ୍ତ ୯ ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦେବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତା କାଲି ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ସମ୍ଭାବନା ଥିବା ବେଳେ ୨୧ରୁ ୨୪ ତାରିଖ ଯାଏଁ ଅନେକ ଜିଲ୍ଲାରେ ବର୍ଷା ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

About The Author: The Sakala