ଜାଡ଼ ଥରାଉ ଥିବାବେଳେ କୁହୁଡି ମାଡ, ଘନ କୁହୁଡ଼ି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଜାଡ଼ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଶୀତର ପ୍ରକୋପ ଜାରି ରହିବ । ୨ ଦିନ ମଧ୍ୟରେ ରାଜ୍ୟରେ ସ୍ୱଭାବିକ ଠାରୁ ୨ରୁ ୩ ଡିଗ୍ରୀ କମିବ ପାରଦ । ଉତ୍ତର ଦିଗରୁ ଓଡ଼ିଶାର ସ୍ଥଳଭାଗକୁ ଆସୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ପ୍ରଭାବରେ ରାଜ୍ୟରେ ପୁଣି ଜାଡ଼ ବଢ଼ିବା ଆରମ୍ଭ କରିଛି। ସେପଟେ ହାଡ ଭଙ୍ଗା ଜାଡ ଥରାଉଥିବା ବେଳେ କୁହୁଡି ବି ମାଡି ଆସିଛି। ଆସନ୍ତା ୩ […]

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଜାଡ଼ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଶୀତର ପ୍ରକୋପ ଜାରି ରହିବ । ୨ ଦିନ ମଧ୍ୟରେ ରାଜ୍ୟରେ ସ୍ୱଭାବିକ ଠାରୁ ୨ରୁ ୩ ଡିଗ୍ରୀ କମିବ ପାରଦ । ଉତ୍ତର ଦିଗରୁ ଓଡ଼ିଶାର ସ୍ଥଳଭାଗକୁ ଆସୁଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ପ୍ରଭାବରେ ରାଜ୍ୟରେ ପୁଣି ଜାଡ଼ ବଢ଼ିବା ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ପାରାଦୀପ ବନ୍ଦରରେ ହୁତୁହୁତୁ ହୋଇ ଜଳିଗଲା ମାଛଧରା ଟ୍ରଲର, ଅଳ୍ପକେ ବର୍ତ୍ତିଲେ ମତ୍ସ୍ୟଜୀବୀ

ସେପଟେ ହାଡ ଭଙ୍ଗା ଜାଡ ଥରାଉଥିବା ବେଳେ କୁହୁଡି ବି ମାଡି ଆସିଛି। ଆସନ୍ତା ୩ ଦିନ ପାଇଁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ହେବାର ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ।ଏନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଗଜପତି ଏବଂ ଗଞ୍ଜାମ ଜିଲ୍ଲା ଉପରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି,ମାଲକାନଗିରି ଏବଂ କନ୍ଧମାଳରେ ଘନ କିହୁଡିର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ପାର୍ବଣ ଋତୁରେ ଜୋର ଜବରଦସ୍ତ ଚାନ୍ଦା ଆଦାୟ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ଅପରାଧୀଙ୍କ ଉପରେ ରହିବ କଡ଼ା ନଜର: କଟକ ଡିସିପି

ଜାନୁଆରୀ ୫ରୁ ୬ତାରିଖ ମଧ୍ୟରେ ସକାଳୁ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜାନୁଆରୀ ୬ ରୁ ୭ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ଘନ କୁହୁଡ଼ି ଜାରି ରହିବ । ଆସନ୍ତା ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପରବର୍ତ୍ତୀ ଦିନମାନଙ୍କରେ ତାପମାତ୍ରା ୩ଡ଼ିଗ୍ରୀରୁ ୪ ଡ଼ିଗ୍ରୀ ସେଲିସିୟସ ବୃଦ୍ଧି ପାଇବ । ଆସନ୍ତା ୫ଦିନ ମଧ୍ୟରେ ଓଡ଼ିଶାର ଅନ୍ୟ ଜିଲ୍ଲାମାନଙ୍କରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି ।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର