ଭଞ୍ଜନଗର: ଚୋର ସନ୍ଦେହରେ ଯୁବକକୁ ପିଟି ପିଟି ହତ୍ୟା । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ସାରଦୋଳ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଶୁକ୍ରବାର ରାତିରେ ଚୋର ସନ୍ଦେହରେ ଜଣେ ଯୁବକଙ୍କୁ ବାନ୍ଧି ଗ୍ରାମବାସୀମାନେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବର ପାଇ ଭଞ୍ଜନଗର ପୋଲିସ ଉଦ୍ଧାର କରି ଭଞ୍ଜନଗର ମେଡିକାଲକୁ ଆଣିଥିଲେ, ସେଠାରେ ତାଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ କନ୍ଧମାଳ ଜିଲ୍ଲାର କୁରୁମୁଙ୍ଗିଆ ଗାଁର ବାନଧର ପ୍ରଧାନ ବୋଲି ଜଣା ପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ପୁଲିସ ୩୦ ଜଣଙ୍କୁ ଅଟକ ରଖିଛି। ଗିରଫ ଭୟରେ ସାର୍ଦ୍ଦୁଳ ଗାଁ ଏବେ ପୁରୁଷ ଶୂନ୍ୟ ହୋଇଯାଇଛି ।