ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା ମାଡ଼ କଲା ଯୁବ କଂଗ୍ରେସ, ପୁଲିସ ସହ ଧସ୍ତାଧସ୍ତି...

Deviprasad Mohanty Picture
Published On

ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୁଙ୍ଖଳା ପରିସ୍ଥିତିକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ପ୍ରଦେଶ ଯୁବ କଂଗ୍ରେସ। ଆଜି ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ କରିବା ସହ ଅଣ୍ଡା ମାଡ଼ କରିଛନ୍ତି ଯୁବ କଂଗ୍ରେସ କର୍ମୀ। ଏହି ଘଟଣାକୁ କେନ୍ଦ୍ର କରି ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଏକ ଶୋଭାଯାତ୍ରାରେ ଆସି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚିଥିଲେ। ରାଜ୍ୟରେ ବଢୁଥିବା ଅପରାଧ ଏବଂ ଆଇନ ଶୁଙ୍ଖଳା ପରିସ୍ଥିତି ନିୟନ୍ତ୍ରଣରେ ସରକାର ବିଫଳ ହୋଇଥିବା ଅଭିଯୋଗ କରି ସେମାନେ ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ। ଏହି ସମୟରେ କିଛି କର୍ମୀ ସୁରକ୍ଷା ବଳୟ ଭାଙ୍ଗିବାକୁ ଚେଷ୍ଟା କରିବା ସହ ବାସଭବନ ଉପରକୁ ଅଣ୍ଡା ମାଡ଼ କରିଥିଲେ। ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ଯାଇ ପୋଲିସ ନାକେଦମ୍ ହୋଇଥିଲା। ଉଭୟ ପୋଲିସ ଓ ଯୁବ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ଓ ଟଣାଓଟରା ପରିସ୍ଥିତି ସୃଷ୍ଟି ହୋଇଥିଲା। ପରିସ୍ଥିତି ନିୟନ୍ତ୍ରଣକୁ ଆଣିବା ପାଇଁ ପୋଲିସ ବହୁ ଯୁବ କଂଗ୍ରେସ ନେତା ଓ କର୍ମୀଙ୍କୁ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା: ପୋଷ୍ଟମର୍ଟମ ରିପୋର୍ଟରେ ସାମ୍ନାକୁ ଆସିଲା ମୃତ୍ୟୁର ଅସଲ କାରଣ...

20 Dec 2025 By Deviprasad Mohanty

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା ମାଡ଼ କଲା ଯୁବ କଂଗ୍ରେସ, ପୁଲିସ ସହ ଧସ୍ତାଧସ୍ତି...

ଭୁବନେଶ୍ୱର: ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୁଙ୍ଖଳା ପରିସ୍ଥିତିକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ପ୍ରଦେଶ ଯୁବ କଂଗ୍ରେସ। ଆଜି ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଘେରାଉ କରିବା ସହ ଅଣ୍ଡା ମାଡ଼ କରିଛନ୍ତି ଯୁବ କଂଗ୍ରେସ କର୍ମୀ। ଏହି ଘଟଣାକୁ କେନ୍ଦ୍ର କରି ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ଶତାଧିକ କର୍ମୀ ଏକ ଶୋଭାଯାତ୍ରାରେ ଆସି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ପହଞ୍ଚିଥିଲେ। ରାଜ୍ୟରେ ବଢୁଥିବା ଅପରାଧ ଏବଂ ଆଇନ ଶୁଙ୍ଖଳା ପରିସ୍ଥିତି ନିୟନ୍ତ୍ରଣରେ ସରକାର ବିଫଳ ହୋଇଥିବା ଅଭିଯୋଗ କରି ସେମାନେ ସରକାର ବିରୋଧୀ ସ୍ଲୋଗାନ ଦେଇଥିଲେ। ଏହି ସମୟରେ କିଛି କର୍ମୀ ସୁରକ୍ଷା ବଳୟ ଭାଙ୍ଗିବାକୁ ଚେଷ୍ଟା କରିବା ସହ ବାସଭବନ ଉପରକୁ ଅଣ୍ଡା ମାଡ଼ କରିଥିଲେ। ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ଯାଇ ପୋଲିସ ନାକେଦମ୍ ହୋଇଥିଲା। ଉଭୟ ପୋଲିସ ଓ ଯୁବ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ଓ ଟଣାଓଟରା ପରିସ୍ଥିତି ସୃଷ୍ଟି ହୋଇଥିଲା। ପରିସ୍ଥିତି ନିୟନ୍ତ୍ରଣକୁ ଆଣିବା ପାଇଁ ପୋଲିସ ବହୁ ଯୁବ କଂଗ୍ରେସ ନେତା ଓ କର୍ମୀଙ୍କୁ ଗିରଫ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର