ଦୁର୍ନୀତି ଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର ଜିରୋ ଟଲେରାନ୍ସ: କୋଟିପତି ପିଏସ ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ଯ ସରକାର

The Sakala Picture
Published On

ଭୁବନେଶ୍ବର : ଦୁର୍ନୀତି ଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଜିରୋ ଟଲେରାନ୍ସ ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ଏହି […]

ଭୁବନେଶ୍ବର : ଦୁର୍ନୀତି ଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ଜିରୋ ଟଲେରାନ୍ସ ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଆଜି କୋଟିପତି ପିଏସ ବିରଞ୍ଚି ନାରାୟଣ ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ବିରଞ୍ଚିଙ୍କୁ ଗିରଫ କରିଛି ଭିଜିଲାନ୍ସ  ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ସୂଚନା ଅନୁଯାୟୀ, ଆଜି କୁବେର ପିଏସ୍ ବିରଞ୍ଚି ସାହୁଙ୍କୁ  ଷ୍ଟାଫ ସିଲେକସନ କମିଶନ ନିଲମ୍ବିତ କରିଥିଲେ।। ବିପୁଳ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ଏହି କୁବେର ପିଏସ୍ । ଚଢ଼ାଉ ବେଳେ ତାଙ୍କ ନିକଟରୁ ମୋଟ୍ ୩ କୋଟି ୭୯ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ ହୋଇଛି । ସେଥିମଧ୍ୟରୁ ୩ କୋଟି ୫୧ ଲକ୍ଷରୁ ଅଧିକ ଟଙ୍କା ଆୟ ବହିର୍ଭୂତ ସମ୍ପତ୍ତି । ଯାହା ତାଙ୍କ ପ୍ରକୃତ ଆୟଠାରୁ ୨୬୮ ପ୍ରତିଶତ ଅଧିକ । ଗତ ୩୧ ତାରିଖରେ ବିରଞ୍ଚିଙ୍କୁ ଗିରଫ କରିଥିଲା ଭିଜିଲାନ୍ସ । ଜାମିନ ଆବେଦନ ପରେ ଖାରଜ ପରେ ଏବେ ୧୪ ଦିନିଆ ବିଚାରବିଭାଗୀୟ ହାଜତରେ ଅଛନ୍ତି ବିରଞ୍ଚି । ବିରଞ୍ଚିଙ୍କ ପତ୍ନୀ ଓ ଶାଳକଙ୍କ ନାଁରେ ମାମଲା ରୁଜୁ କରିଛି ଭିଜିଲାନ୍ସ । ରେଡ୍ ବେଳେ ଶାଳକଙ୍କ ଘରୁ ନଗଦ ୧୩ଲକ୍ଷ ଟଙ୍କା ମିଳିଥିଲା। ଏତେ ଟଙ୍କା କାହାର ଓ କେଉଁଠୁ ଆଣିଲେ, ସେନେଇ ଖୋଳତାଡ଼ ଚାଲିଛି ।

ଆହୁରି ପଢ଼ନ୍ତୁ: ୧୪ରେ ଆସୁଛି ଆଉ ଏକ ଲଘୁଚାପ ! ସେପ୍ଟେମ୍ବର ୮ରୁ ରାଜ୍ୟରେ ପୁଣି ବଢିବ ବର୍ଷା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର