‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର

The Sakala Picture
Published On

ଭୁବନେଶ୍ୱର: ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର। ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ ଜଣେ Food delivery rider ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ […]

ଭୁବନେଶ୍ୱର: ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ କଲେ ରାଜ୍ୟ ସରକାର। ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ ଜଣେ Food delivery rider ଓ ତାଙ୍କ ପରିବାରର ସଂଘର୍ଷପୂର୍ଣ୍ଣ ଜୀବନକୁ ନେଇ ‘ଜ୍ୱିଗାଟୋ’ ଫିଲ୍ମ ନିର୍ମିତ ହୋଇଛି । ହିନ୍ଦୀଭାଷାରେ ନିର୍ମିତ ଏହି ଫିଲ୍ମଟି ସଂପୂର୍ଣ୍ଣ ଭାବରେ ଭୁବନେଶ୍ୱରରେ ହିଁ ସୁଟିଂ କରାଯାଇଛି ।

ଆହୁରି ପଢ଼ନ୍ତୁ: ମିଛ ଗୁଜବ ଶୁଣି ପୁଲିସ ନାକେଦମ୍‌‌; ଶବ ଖୋଜୁଖୋଜୁ ମିଳିଲା ଅଣ୍ଡା

ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର ଅନୁକୂଳ ନୀତି କାର୍ୟ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ଉତ୍ସାହିତ କରୁଛନ୍ତି । ଏହା ଦ୍ୱାରା ରାଜ୍ୟର ପର୍ୟ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । ଏତଦବ୍ୟତୀତ ଭୁବନେଶ୍ୱରରେ ‘ଜ୍ୱିଗାଟୋ’ ଚଳଚ୍ଚିତ୍ର ସଂପୂର୍ଣ୍ଣ ସୁଟିଂ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ପଦକ୍ଷେପକୁ ଉଚ୍ଚ ପ୍ରଶଂସା କରିଥିଲେ ।

ଆହୁରି ପଢ଼ନ୍ତୁ: ଚାକିରି ବାହାନାରେ ଡାକି ଯୁବତୀଙ୍କୁ ଦୁଷ୍କର୍ମ, ପୁଲିସର ଚଢ଼ଉ; ପ୍ରେମୀ ଯୁଗଳଙ୍କ ସହ ୩ ଅଟକ

 

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଗୁଜରାଟରୁ ଆସିଲେ ୧୪ଟି ବିଦେଶୀ ପ୍ରଜାତିର ୫୮ଟି ବନ୍ୟଜନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର