ହ୍ରଦରେ ଡଙ୍ଗା ବୁଡ଼ି ୧୨ ଛାତ୍ରଛାତ୍ରୀଙ୍କ ସମେତ ୨ ଶିକ୍ଷକଙ୍କ ମୃତ୍ୟୁ

The Sakala Picture
Published On

ଗୁଜରାଟ: ଗୁଜରାଟ ଭଦୋଦରା ହର୍ଣ୍ଣି ହ୍ରଦରେ ଦୁଃଖଦ ଘଟଣା ଘଟିଯାଇଛି। ହର୍ଣ୍ଣି ହ୍ରଦରେ ଏକ ଡଙ୍ଗା ବୁଡ଼ି ଯିବାରୁ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୧୨ ଛାତ୍ରଛାତ୍ରୀ ଓ ୨ ଶିକ୍ଷକ ଥିବା ସୂଚନା ମିଳିଛି । ୬ଜଣ ଛାତ୍ରଛାତ୍ରୀ ଓ ଜଣେ ଶିକ୍ଷକ  ନିଖୋଜ ଥିବାବେଳେ ତଲାସ କାର୍ଯ୍ୟ ଜାରି ରହିଛି। ସୂଚନା ଅନୁଯାୟୀ, ଡଙ୍ଗାଟିରେ ୨୭ ଜଣ ଛାତ୍ରଛାତ୍ରୀ ଥିଲେ। ସେମାନେ ନ୍ୟୁ ସନ୍‌ରାଇଜ ନାମକ ଏକ ଘରୋଇ ସ୍କୁଲରେ ପଢ଼ନ୍ତି। […]

ଗୁଜରାଟ: ଗୁଜରାଟ ଭଦୋଦରା ହର୍ଣ୍ଣି ହ୍ରଦରେ ଦୁଃଖଦ ଘଟଣା ଘଟିଯାଇଛି। ହର୍ଣ୍ଣି ହ୍ରଦରେ ଏକ ଡଙ୍ଗା ବୁଡ଼ି ଯିବାରୁ ୧୪ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୧୨ ଛାତ୍ରଛାତ୍ରୀ ଓ ୨ ଶିକ୍ଷକ ଥିବା ସୂଚନା ମିଳିଛି । ୬ଜଣ ଛାତ୍ରଛାତ୍ରୀ ଓ ଜଣେ ଶିକ୍ଷକ  ନିଖୋଜ ଥିବାବେଳେ ତଲାସ କାର୍ଯ୍ୟ ଜାରି ରହିଛି।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନ

ସୂଚନା ଅନୁଯାୟୀ, ଡଙ୍ଗାଟିରେ ୨୭ ଜଣ ଛାତ୍ରଛାତ୍ରୀ ଥିଲେ। ସେମାନେ ନ୍ୟୁ ସନ୍‌ରାଇଜ ନାମକ ଏକ ଘରୋଇ ସ୍କୁଲରେ ପଢ଼ନ୍ତି। ସ୍କୁଲ୍‌ ପକ୍ଷରୁ ସେମାନଙ୍କୁ ପିକନିକରେ ସେଠାକୁ ନିଆଯାଇଥିଲା। ତେବେ ଡଙ୍ଗାରେ ବସିଥିବା ବେଳେ ସେମାନେ କେହି ବି ଲାଇଫ୍ ଜ୍ୟାକେଟ୍ ପିନ୍ଧି ନଥିଲେ। ହ୍ରଦରେ ଡଙ୍ଗା ବୁଡ଼ି ଯିବାରୁ ଏଭଳି ଦୁଃଖଦ ଘଟଣା ଘଟିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉଦ୍ଧାର କାର୍ଯ୍ୟରେ ଏନ୍‌ଡିଆର୍‌ଏଫ୍‌ ଓ ଦମକଳ ବାହିନୀ ମିଳିତ ଭାବେ ଏହି କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଥିବାବେଳେ ମୃତକଙ୍କ ପରିବାର ସଦସ୍ୟଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ଏବଂ ସେମାନଙ୍କ ଚିକିତ୍ସା ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ। ପ୍ରତ୍ୟେକ ମୃତକଙ୍କ ପରବର୍ତ୍ତୀ ସମ୍ପର୍କୀୟଙ୍କୁ ଦୁଇ ଲକ୍ଷ ଟଙ୍କା ମୂଲ୍ୟର ଏକ ଏକ୍ସ-ଗ୍ରାଟିଆ ଦିଆଯିବ। ଏହାସହିତ ଆହତ ମାନଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଛି।

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର