୨୬/୧୧ ମୁମ୍ବାଇ ଆକ୍ରମଣକୁ ୧୪ ବର୍ଷ, ଆତଙ୍କବାଦୀଙ୍କ ବର୍ବରକାଣ୍ଡରେ ଥରିଯାଇଥିଲା ସାରା ଭାରତ

The Sakala Picture
Published On

ମୁମ୍ବାଇ: ୨୬/୧୧ ମୁମ୍ବାଇ ଆକ୍ରମଣକୁ ପୂରିଲା ୧୪ ବର୍ଷ । ତଥାପି ସେଦିନର ଆତଙ୍କବାଦୀଙ୍କ ବର୍ବରକାଣ୍ଡ ଆଜି ବି ସମସ୍ତଙ୍କ ମନରେ ତାଜା ହୋଇ ରହିଛି । ମୁମ୍ବାଇ ତାଜ୍‌ ହୋଟେଲ୍‌ରେ ରକ୍ତର ହୋଲି ଖେଳିଥିଲେ ଆତଙ୍କବାଦୀ । ଚାରିଆଡେ ଆତଙ୍କର ଭୟ ଆଉ ଭୂଇଁରେ ମରି ପଡିଥିଲା ଶହ ଶହ ଲୋକଙ୍କ ମୃତଦେହ ।ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ତିନି ଦିନ ଧରି ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା । ସମୁଦ୍ର ପଥ ଦେଇ ପାକିସ୍ତାନରୁ ପଶି […]

ମୁମ୍ବାଇ: ୨୬/୧୧ ମୁମ୍ବାଇ ଆକ୍ରମଣକୁ ପୂରିଲା ୧୪ ବର୍ଷ । ତଥାପି ସେଦିନର ଆତଙ୍କବାଦୀଙ୍କ ବର୍ବରକାଣ୍ଡ ଆଜି ବି ସମସ୍ତଙ୍କ ମନରେ ତାଜା ହୋଇ ରହିଛି । ମୁମ୍ବାଇ ତାଜ୍‌ ହୋଟେଲ୍‌ରେ ରକ୍ତର ହୋଲି ଖେଳିଥିଲେ ଆତଙ୍କବାଦୀ । ଚାରିଆଡେ ଆତଙ୍କର ଭୟ ଆଉ ଭୂଇଁରେ ମରି ପଡିଥିଲା ଶହ ଶହ ଲୋକଙ୍କ ମୃତଦେହ ।ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ତିନି ଦିନ ଧରି ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ସମୁଦ୍ର ପଥ ଦେଇ ପାକିସ୍ତାନରୁ ପଶି ଆସିଥିଲେ ଲସ୍କର-ଏ-ତୋଏବାର ୧୦ ସଦସ୍ୟ । ନଭେମ୍ବର ୨୬ରୁ ୨୯ ମଧ୍ୟରେ ମୁମ୍ବାଇର ୧୨ଟି ଜାଗାରେ ବମିଂ ଓ ଗୁଳିମାଡ଼ ହୋଇଥିଲା । ଶତ୍ରୁଦେଶର ଯୋଜନା ସମ୍ପର୍କରେ ସାମାନ୍ୟ ସୁରାକ ପାଇପାରି ନଥିଲା ଭାରତୀୟ ଗୁଇନ୍ଦା ।

ଆହୁରି ପଢ଼ନ୍ତୁ: ଯୌତୁକ ପାଇଁ ନବବିବାହିତାଙ୍କୁ ହତ୍ୟା: ବିବାହର ୪ ମାସ ନ ପୂରୁଣୁ କମ୍ବଳରେ ମୁହଁ ଚାପି ମାରିଦେଲା

୪ ଦିନ ଧରି ଚାଲିଥିଲା ଆତଙ୍କବାଦୀଙ୍କ ଖୁନି ଖେଳ । ଗୁଳିଗୋଳା ମାଡ, ବୋମା ବିସ୍ଫୋରଣରେ ଥରି ଉଠିଥିଲା ମାୟାନଗରୀ । ସାଉଥ ମୁମ୍ବାଇର ଛତ୍ରପତି ଶିବାଜୀ ଟର୍ମିନସ୍, ଓବରଏ ଟ୍ରାଇଡେଣ୍ଟ, ତାଜ୍ ପ୍ୟାଲେସ୍ ଆଣ୍ଡ ଟାଓ୍ବର, ଲିଓପାର୍ଡ କାଫେ, କାମା ହସ୍ପିଟାଲ, ନରିମାନ ହାଉସ୍, ମେଟ୍ରୋ ସିନେମା, ଟାଇମ୍ସ ଅଫ ଇଣ୍ଡିଆ ବିଲ୍ଡିଂର ପଛ ଲେନ୍ ଓ ସେଣ୍ଟ ଜାଭିୟର କଲେଜରେ ହମଲା ହୋଇଥିଲା ।

ଆହୁରି ପଢ଼ନ୍ତୁ: ଅନିଲ ଅମ୍ବାନୀଙ୍କ ରିଲାଏନ୍ସ ପାୱାର ଉପରେ ଇଡିର ଚଢ଼ଉ: ମୁମ୍ବାଇ ଓ ହାଇଦ୍ରାବାଦର ୧୨ଟି ସ୍ଥାନରେ ଚାଲିଛି ତଲାସି

୨୭ ନଭେମ୍ବର ସକାଳୁ ସକାଳୁ ତାଜ ହୋଟେଲର ହେରିଟେଜ ୱିଙ୍ଗରେ ନିଆଁ ଲଗାଇ ଦେଇଥିଲେ ଆତଙ୍କୀ । ଇଏ ଥିଲା ସେହି ନିଆଁ ଯାହାକୁ ଦେଖିଥିଲା ସାରା ବିଶ୍ୱ ; ଆତଙ୍କବାଦୀଙ୍କ କବଳରେ ପୂରା ହୋଟେଲ ଥିବା ଖବର ପାଇ ଏନଏସଜି କମାଣ୍ଡୋ ଓ ମୁମ୍ବାଇ ପୋଲିସ ଘଟଣାସ୍ଥଳରେ ପହଂଚିଥିଲେ । ଆଉ ଏହାପରେ ଆରମ୍ଭ ହୋଇଥିଲା ସ୍ପେଶାଲ ଅପରେସନ । ସୁରକ୍ଷାକର୍ମୀଙ୍କ ଗୁଳିରେ ୯ ଆତଙ୍କବାଦୀ ନିପାତ ହୋଇଥିଲେ ।

ମୁମ୍ବାଇ ପୋର୍ଟ ଏରିଆରେ ଓ ଭାଇଲ ପାରେଲ ଠାରେ ଏକ ଟ୍ୟାକ୍ସିରେ ବିସ୍ଫୋରଣ ହୋଇଥିଲା । ଆତଙ୍କୀଙ୍କ ହମଲାରେ ପ୍ରାୟ ୧୭୫ ଜଣଙ୍କ ମୃତ୍ୟୁ ହୋଇଥିଲା । 300ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଥିଲେ । ୯ ଆତଙ୍କୀ ବି ନିହତ ହୋଇଥିଲେ । ବିସ୍ଫୋରଣର ମାଷ୍ଟର ମାଇଣ୍ଡ ୨୧ବର୍ଷୀୟ ପାକିସ୍ତାନୀ ଯୁବକ ଅଜମଲ ଅମୀର କସବଙ୍କୁ ଗିରଫ କରିଥିଲା ମୁମ୍ବାଇ ପୋଲିସ । ଟେରର ଆଟାକ ବେଳେ ୮୦ ଲୋକଙ୍କୁ କସାବ ହତ୍ୟା କରିଥିବା ପ୍ରମାଣିତ ହେବା ପରେ ତାକୁ ଫାଶୀ ଦଣ୍ଡ ଶୁଣାଇଥିଲେ ବମ୍ବେ ହାଇକୋର୍ଟ । ୨୧ ନଭେମ୍ବର ୨୦୧୨ରେ କସାବକୁ ୟେରଓ୍ବାଡା ସେଣ୍ଟ୍ରାଲ ଜେଲରେ ଫାଶି ଦିଆଯାଇଥିଲା ।

ଏହା ପୂର୍ବରୁ ଜଳପଥରେ ଆତଙ୍କୀଙ୍କ ଏଭଳି ଆକ୍ରମଣକୁ କେବେ ବି ଦେଖିନଥିଲା ଭାରତ । ଆଉ ୨୬-୧୧ ରେ ଯାହା ଘଟିଲା ତାହା ସବୁଦିନ ପାଇଁ ଭାରତ ଇତିହାସରେ ଏକ କଳାଦିନ ହୋଇ ରହିଗଲା ।

26 Nov 2022 By The Sakala

୨୬/୧୧ ମୁମ୍ବାଇ ଆକ୍ରମଣକୁ ୧୪ ବର୍ଷ, ଆତଙ୍କବାଦୀଙ୍କ ବର୍ବରକାଣ୍ଡରେ ଥରିଯାଇଥିଲା ସାରା ଭାରତ

ମୁମ୍ବାଇ: ୨୬/୧୧ ମୁମ୍ବାଇ ଆକ୍ରମଣକୁ ପୂରିଲା ୧୪ ବର୍ଷ । ତଥାପି ସେଦିନର ଆତଙ୍କବାଦୀଙ୍କ ବର୍ବରକାଣ୍ଡ ଆଜି ବି ସମସ୍ତଙ୍କ ମନରେ ତାଜା ହୋଇ ରହିଛି । ମୁମ୍ବାଇ ତାଜ୍‌ ହୋଟେଲ୍‌ରେ ରକ୍ତର ହୋଲି ଖେଳିଥିଲେ ଆତଙ୍କବାଦୀ । ଚାରିଆଡେ ଆତଙ୍କର ଭୟ ଆଉ ଭୂଇଁରେ ମରି ପଡିଥିଲା ଶହ ଶହ ଲୋକଙ୍କ ମୃତଦେହ ।ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ତିନି ଦିନ ଧରି ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା ।

ସମୁଦ୍ର ପଥ ଦେଇ ପାକିସ୍ତାନରୁ ପଶି ଆସିଥିଲେ ଲସ୍କର-ଏ-ତୋଏବାର ୧୦ ସଦସ୍ୟ । ନଭେମ୍ବର ୨୬ରୁ ୨୯ ମଧ୍ୟରେ ମୁମ୍ବାଇର ୧୨ଟି ଜାଗାରେ ବମିଂ ଓ ଗୁଳିମାଡ଼ ହୋଇଥିଲା । ଶତ୍ରୁଦେଶର ଯୋଜନା ସମ୍ପର୍କରେ ସାମାନ୍ୟ ସୁରାକ ପାଇପାରି ନଥିଲା ଭାରତୀୟ ଗୁଇନ୍ଦା ।

୪ ଦିନ ଧରି ଚାଲିଥିଲା ଆତଙ୍କବାଦୀଙ୍କ ଖୁନି ଖେଳ । ଗୁଳିଗୋଳା ମାଡ, ବୋମା ବିସ୍ଫୋରଣରେ ଥରି ଉଠିଥିଲା ମାୟାନଗରୀ । ସାଉଥ ମୁମ୍ବାଇର ଛତ୍ରପତି ଶିବାଜୀ ଟର୍ମିନସ୍, ଓବରଏ ଟ୍ରାଇଡେଣ୍ଟ, ତାଜ୍ ପ୍ୟାଲେସ୍ ଆଣ୍ଡ ଟାଓ୍ବର, ଲିଓପାର୍ଡ କାଫେ, କାମା ହସ୍ପିଟାଲ, ନରିମାନ ହାଉସ୍, ମେଟ୍ରୋ ସିନେମା, ଟାଇମ୍ସ ଅଫ ଇଣ୍ଡିଆ ବିଲ୍ଡିଂର ପଛ ଲେନ୍ ଓ ସେଣ୍ଟ ଜାଭିୟର କଲେଜରେ ହମଲା ହୋଇଥିଲା ।

୨୭ ନଭେମ୍ବର ସକାଳୁ ସକାଳୁ ତାଜ ହୋଟେଲର ହେରିଟେଜ ୱିଙ୍ଗରେ ନିଆଁ ଲଗାଇ ଦେଇଥିଲେ ଆତଙ୍କୀ । ଇଏ ଥିଲା ସେହି ନିଆଁ ଯାହାକୁ ଦେଖିଥିଲା ସାରା ବିଶ୍ୱ ; ଆତଙ୍କବାଦୀଙ୍କ କବଳରେ ପୂରା ହୋଟେଲ ଥିବା ଖବର ପାଇ ଏନଏସଜି କମାଣ୍ଡୋ ଓ ମୁମ୍ବାଇ ପୋଲିସ ଘଟଣାସ୍ଥଳରେ ପହଂଚିଥିଲେ । ଆଉ ଏହାପରେ ଆରମ୍ଭ ହୋଇଥିଲା ସ୍ପେଶାଲ ଅପରେସନ । ସୁରକ୍ଷାକର୍ମୀଙ୍କ ଗୁଳିରେ ୯ ଆତଙ୍କବାଦୀ ନିପାତ ହୋଇଥିଲେ ।

ମୁମ୍ବାଇ ପୋର୍ଟ ଏରିଆରେ ଓ ଭାଇଲ ପାରେଲ ଠାରେ ଏକ ଟ୍ୟାକ୍ସିରେ ବିସ୍ଫୋରଣ ହୋଇଥିଲା । ଆତଙ୍କୀଙ୍କ ହମଲାରେ ପ୍ରାୟ ୧୭୫ ଜଣଙ୍କ ମୃତ୍ୟୁ ହୋଇଥିଲା । 300ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଥିଲେ । ୯ ଆତଙ୍କୀ ବି ନିହତ ହୋଇଥିଲେ । ବିସ୍ଫୋରଣର ମାଷ୍ଟର ମାଇଣ୍ଡ ୨୧ବର୍ଷୀୟ ପାକିସ୍ତାନୀ ଯୁବକ ଅଜମଲ ଅମୀର କସବଙ୍କୁ ଗିରଫ କରିଥିଲା ମୁମ୍ବାଇ ପୋଲିସ । ଟେରର ଆଟାକ ବେଳେ ୮୦ ଲୋକଙ୍କୁ କସାବ ହତ୍ୟା କରିଥିବା ପ୍ରମାଣିତ ହେବା ପରେ ତାକୁ ଫାଶୀ ଦଣ୍ଡ ଶୁଣାଇଥିଲେ ବମ୍ବେ ହାଇକୋର୍ଟ । ୨୧ ନଭେମ୍ବର ୨୦୧୨ରେ କସାବକୁ ୟେରଓ୍ବାଡା ସେଣ୍ଟ୍ରାଲ ଜେଲରେ ଫାଶି ଦିଆଯାଇଥିଲା ।

ଏହା ପୂର୍ବରୁ ଜଳପଥରେ ଆତଙ୍କୀଙ୍କ ଏଭଳି ଆକ୍ରମଣକୁ କେବେ ବି ଦେଖିନଥିଲା ଭାରତ । ଆଉ ୨୬-୧୧ ରେ ଯାହା ଘଟିଲା ତାହା ସବୁଦିନ ପାଇଁ ଭାରତ ଇତିହାସରେ ଏକ କଳାଦିନ ହୋଇ ରହିଗଲା ।

https://www.thesakala.in/national-international/14-years-completed-to-26-11-mumbai-attack/article-16861
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର