ଜମ୍ମୁ-କାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଶହେ ଫୁଟ୍ ତଳକୁ ଖସିଲା ବସ୍‌, ୧୫ ମୃତ

Madhusudan Das Picture
Published On

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର ଉଧମପୁର ନିକଟସ୍ଥ କାନୋଟେ ଗ୍ରାମରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଓଲଟି ପଡ଼ିବା ଫଳରେ ଅତିକମ୍‌ରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏକାଧିକ ଯାତ୍ରୀ ଆହତ ହୋଇଛନ୍ତି। ଜମ୍ମୁ-କାଶ୍ମୀର ପୋଲିସର ସୂଚନା ଅନୁଯାୟୀ, ବସ୍‌ଟି ରାମନଗରରୁ ଉଧମପୁର ଅଭିମୁଖେ ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜୋରଦାର ଚାଲିଛି। ଖବର ପାଇବା ମାତ୍ରେ ଡିଆଇଜି (ୟୁ-ଆର୍ ରେଞ୍ଜ) ଏବଂ ଉଧମପୁର ଏସଏସପିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଉଧମପୁର ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତର ଆହତମାନଙ୍କୁ ଉନ୍ନତ ଚିକିତ୍ସା ପାଇଁ ଏୟାରଲିଫ୍ଟ (ବିମାନ ଯୋଗେ ସ୍ଥାନାନ୍ତର) କରିବାକୁ ମଧ୍ୟ ବ୍ୟବସ୍ଥା କରାଯାଉଛି।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

ଏହି ହୃଦୟ ବିଦାରକ ଘଟଣାରେ ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ସେହିପରି କେନ୍ଦ୍ରମନ୍ତ୍ରୀ ଡ. ଜିତେନ୍ଦ୍ର ସିଂହ ଉଧମପୁର ଜିଲ୍ଲାପାଳ (ଡିସି) ମିଙ୍ଗା ଶେରପାଙ୍କ ସହ କଥା ହୋଇ ସ୍ଥିତିର ସମୀକ୍ଷା କରିଛନ୍ତି। ସ୍ଥାନୀୟ ପ୍ରଶାସନ ସହ ସେ ନିରନ୍ତର ଯୋଗାଯୋଗରେ ଥିବା ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର