ମନୋରଞ୍ଜନ
ଶବଦାହ କରିବାକୁ ଯାଉଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୭ ମୃତ, ୫ ଗୁରୁତର
କୋଲକାତା: ଶନିବାର ବିଳମ୍ବିତ ରାତିରେ ପଶ୍ଚିମବଙ୍ଗର ନାଦିଆ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୭ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଖବର ଅନୁଯାୟୀ, ୨୪ ପରଗଣାର ବାଗଦାର ମୃତଦେହ ନେଇ ଆସୁଥିବା ଏକ ମିନି ଭ୍ୟାନ୍ ଶ୍ମଶାନ ଆଡକୁ ଯାଉଥିଲା। ଏହି ସମୟରେ ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକ ସହ ଉକ୍ତ ମିନି ଭ୍ଯାନଟି ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଅନେକ […]
କୋଲକାତା: ଶନିବାର ବିଳମ୍ବିତ ରାତିରେ ପଶ୍ଚିମବଙ୍ଗର ନାଦିଆ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୭ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି।
ଖବର ଅନୁଯାୟୀ, ୨୪ ପରଗଣାର ବାଗଦାର ମୃତଦେହ ନେଇ ଆସୁଥିବା ଏକ ମିନି ଭ୍ୟାନ୍ ଶ୍ମଶାନ ଆଡକୁ ଯାଉଥିଲା। ଏହି ସମୟରେ ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକ ସହ ଉକ୍ତ ମିନି ଭ୍ଯାନଟି ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଅନେକ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଗୁରୁତର ଆହତ ହୋଇଥିଲେ।
ଆହୁରି ପଢ଼ନ୍ତୁ: ୨୦୧୮ ମାନହାନି ମାମଲା: ୟୁଟ୍ୟୁବର ଧ୍ରୁବ ରାଠୀଙ୍କ ବିରୋଧରେ ଜାମିନଯୋଗ୍ୟ ୱାରେଣ୍ଟ ଜାରି କଲେ ଦିଲ୍ଲୀ କୋର୍ଟ
ପୁଲିସର ସୂଚନା ଅନୁଯାୟୀ, ଘନ କୁହୁଡ଼ି ଏବଂ ଗାଡିର ଦ୍ରୁତ ଗତି ଯୋଗୁଁ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସର ତଦନ୍ତ ଚାଲିଛି।






