ଶବଦାହ କରିବାକୁ ଯାଉଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୭ ମୃତ, ୫ ଗୁରୁତର

The Sakala Picture
Published On

କୋଲକାତା: ଶନିବାର ବିଳମ୍ବିତ ରାତିରେ ପଶ୍ଚିମବଙ୍ଗର ନାଦିଆ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୭ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଖବର ଅନୁଯାୟୀ, ୨୪ ପରଗଣାର ବାଗଦାର ମୃତଦେହ ନେଇ ଆସୁଥିବା ଏକ ମିନି ଭ୍ୟାନ୍‌ ଶ୍ମଶାନ ଆଡକୁ ଯାଉଥିଲା। ଏହି ସମୟରେ ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକ ସହ ଉକ୍ତ ମିନି ଭ୍ଯାନଟି ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଅନେକ […]

କୋଲକାତା: ଶନିବାର ବିଳମ୍ବିତ ରାତିରେ ପଶ୍ଚିମବଙ୍ଗର ନାଦିଆ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୧୭ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ଖବର ଅନୁଯାୟୀ, ୨୪ ପରଗଣାର ବାଗଦାର ମୃତଦେହ ନେଇ ଆସୁଥିବା ଏକ ମିନି ଭ୍ୟାନ୍‌ ଶ୍ମଶାନ ଆଡକୁ ଯାଉଥିଲା। ଏହି ସମୟରେ ରାସ୍ତାରେ ଠିଆ ହୋଇଥିବା ଏକ ଟ୍ରକ ସହ ଉକ୍ତ ମିନି ଭ୍ଯାନଟି ଧକ୍କା ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଅନେକ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଗୁରୁତର ଆହତ ହୋଇଥିଲେ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ପୁଲିସର ସୂଚନା ଅନୁଯାୟୀ, ଘନ କୁହୁଡ଼ି ଏବଂ ଗାଡିର ଦ୍ରୁତ ଗତି ଯୋଗୁଁ ଏହି ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସର ତଦନ୍ତ ଚାଲିଛି।

ଆହୁରି ପଢ଼ନ୍ତୁ: ମିଆମି ଏୟାରପୋର୍ଟରେ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର