ମେକ୍ସିକୋରେ ମର୍ମନ୍ତୁଦ ସଡକ ଦୁର୍ଘଟଣା; ଟ୍ରକକୁ ପଛରୁ ଧକ୍କାଦେଇ ପୋଲ ତଳକୁ ଖସିଲା ବସ୍, ୨୪ ମୃତ

ମେକ୍ସିକୋ: ମେକ୍ସିକୋରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ପଛରୁ ଧକ୍କାଦେବା ପରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ପ୍ରାୟ ୨୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମେକ୍ସିକୋ କେନ୍ଦ୍ରୀୟ ରାଜମାର୍ଗରେ ଏହି ସଡକ ଦୁର୍ଘଟଣା ଘଟିଛି । ଜକାଟେକସ୍ ଗଭର୍ଣ୍ଣରଙ୍କ ସୂଚନା ମୁତାବତ, ଶନିବାର ଏହି ଦୁର୍ଘଟଣା ଘଟିଛି । […]

ମେକ୍ସିକୋ: ମେକ୍ସିକୋରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ପଛରୁ ଧକ୍କାଦେବା ପରେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ପ୍ରାୟ ୨୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମେକ୍ସିକୋ କେନ୍ଦ୍ରୀୟ ରାଜମାର୍ଗରେ ଏହି ସଡକ ଦୁର୍ଘଟଣା ଘଟିଛି ।

ଜକାଟେକସ୍ ଗଭର୍ଣ୍ଣରଙ୍କ ସୂଚନା ମୁତାବତ, ଶନିବାର ଏହି ଦୁର୍ଘଟଣା ଘଟିଛି । ମେକ୍ସିକୋର କେନ୍ଦ୍ରୀୟ ଜାତୀୟ ରାଜପଥରେ ଏକ ଯାତ୍ରୀବାହୀ ବସ ମକ୍କା ଭର୍ତ୍ତି ଟ୍ରକ ପଛକୁ ଧକା ଦେଇଥିଲା । ଖବର ପାଇ ରେସକ୍ୟୁ ଟିମ୍ ଘଟଣାସ୍ଥଳରେ ପହଞ୍ଚି ୫ଗୁରୁତରଙ୍କ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି । ଏହି ଘଟଣାରେ ମୋଟ୍ ୨୪ଜଣଙ୍କ ମୃତ୍ୟୁ ହୋଇଛି । ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଆହତମାନଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏହି ବସ୍ ଆମେରିକା-ମେକ୍ସିକୋ ସୀମାରେ ଥିବା ଚିହୁଆହୁଆ ରାଜ୍ୟର ସିୟୁଡାଡ ଜୁଆରେଜକୁ ଯାଉଥିଲା। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକମାନେ ମେକ୍ସିକୋର ବାସିନ୍ଦା ଥିଲେ ବୋଲି ଜଣାପଡିଛି ।

About The Author: The Sakala