ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୫ କାଉଡିଆଙ୍କ ମୃତ୍ୟୁ, ୫ ଗୁରୁତର

The Sakala Picture
Published On

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ମିରଟ ଜିଲ୍ଲାର ରାଲି ଚୌହାନ ଗାଁରେ ଶନିବାର ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୫ ଜଣ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ଆଉ ୫ ଜଣ କାଉଡ଼ିଆ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, ଉକ୍ତ କାଉଡ଼ିଆମାନେ ଜଳଲାଗି ପାଇଁ ହରିଦ୍ୱାରରୁ ଗଙ୍ଗା ନଦୀରୁ ପାଣି ନେଇ ଗାଡ଼ିରେ ଆସୁଥିଲେ। ସେମାନଙ୍କ ଗାଡ଼ି ରାଲି ଚୌହାନ ଗାଁ ଅତିକ୍ରମ କରୁଥିବା ବେଳେ ତାହା […]

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ମିରଟ ଜିଲ୍ଲାର ରାଲି ଚୌହାନ ଗାଁରେ ଶନିବାର ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୫ ଜଣ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ଆଉ ୫ ଜଣ କାଉଡ଼ିଆ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ଖବର ଅନୁଯାୟୀ, ଉକ୍ତ କାଉଡ଼ିଆମାନେ ଜଳଲାଗି ପାଇଁ ହରିଦ୍ୱାରରୁ ଗଙ୍ଗା ନଦୀରୁ ପାଣି ନେଇ ଗାଡ଼ିରେ ଆସୁଥିଲେ। ସେମାନଙ୍କ ଗାଡ଼ି ରାଲି ଚୌହାନ ଗାଁ ଅତିକ୍ରମ କରୁଥିବା ବେଳେ ତାହା ତଳକୁ ଓହଳି ରହିଥିବା ଏକ ୧୧ କେଭି ବିଦ୍ୟୁତ୍ ତାରରେ ଘସି ହୋଇଯାଇଥିଲା। ଏହି ବିଦ୍ୟୁତ୍ ଝଟକାରେ ୫ ଜଣ କାଉଡ଼ିଆଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ୫ ଜଣ ଗୁରୁତର ହୋଇଥିଲେ। ଗୁୁରୁତରଙ୍କୁ ଉଦ୍ଧାର କରାଯାଇ ପୃଥକ ପୃଥକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

 

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଅଲ୍ଟିମେଟମ୍: 'ଲଦାଖ ବିଲ୍' ପାଇଁ ଦେଲେ ଏକ ବର୍ଷର ମହଲତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର